୧୭ ଚୋରା ବାଇକ ଜବତ, ୨ ଗିରଫ

ଆର.ଉଦୟଗିରି,୧୩ା୫(ଡି.ଏନ.ଏ.)- ଅଡବା ପୋଲିସ ଏକ ବାଇକ ଚୋର ରାକେଟ୍‌ର ପର୍ଦ୍ଧାଫାଶ କରିବା ସହ ୧୭ ଚୋରା ବାଇକ ଜବତ କରି ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବିରିକୋଟ ଗ୍ରାମ ଖ୍ରୀଷ୍ଟିୟାନ ସାହିର ସଲ୍‌ମନ ନାୟକ, ତ୍ରିନାଥ ରେଡ୍ଡୀ। ଅଡବା ଥାନା ଭାରପ୍ରାପ ଅଧିକାରୀ ଆଲୋକ ରଞ୍ଜନ ଜଗଦଲାଙ୍କ ସୂଚନା ଅନୁଯାୟୀ, ୧୨ ତାରିଖରେ ପେଟ୍ରୋଲିଂବେଳେ ସଲ୍‌ମନ୍‌ ଯାଉଥିବା ବାଇକକୁ ଅଟକାଇ ଯାଞ୍ଚ କରିଥିଲେ। କାଗଜପତ୍ର ନ ଥିବାରୁ ଥାନାକୁ ଆଣି ପଚରାଉଚରା ପରେ ତାଙ୍କ ବାରିପଟୁ ୯ଟି ଚୋରା ବାଇକ ଜବତ ହୋଇଥିଲା। ସଲ୍‌ମନ୍‌ଙ୍କ ସୂଚନା ଆଧାରରେ ଉକ୍ତ ସାହିର ତ୍ରିନାଥ ରେଡ୍ଡୀଙ୍କ ଠାରୁ ମଧ୍ୟ ୮ ଚୋରା ବାଇକ ଜବତ ହୋଇଥିଲା। ଉକ୍ତ ଗାଡି ଗୁଡିକ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡା ଓ ଭୁବନେଶ୍ୱରରୁ ଚୋରି ହୋଇଥିବା ପୋଲିସ କହିଛି। ମୁଖ୍ୟ ଅଭିଯୁକ୍ତ ବ୍ରହ୍ମପୁରର, ତାଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଆର୍‌.ଉଦୟଗିରି ଏସ୍‌ଡିପିଓ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ନଂ.୩୩/୨୦ରେ ମାମଲା ରୁଜୁକରି ସଲ୍‌ମନ୍‌ ଓ ତ୍ରିନାଥଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri