Posted inଖେଳ

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ ପଛରେ ପକାଇ ୮ ନମ୍ବର ସ୍ଥାନରେ ପହଞ୍ଚିଛନ୍ତି। ଟି-୨୦ ବିଶ୍ୱକପରେ ଏପର୍ଯ୍ୟନ୍ତ ଖାତା ଖୋଲି ନ ଥିବା ଅଭିଷେକ ଶର୍ମା ବିଶ୍ୱର ନମ୍ବର ୧ ବ୍ୟାଟସମ୍ୟାନ ରହିଛନ୍ତି। ଅଭିଷେକ ଆମେରିକା ଏବଂ ଆମେରିକା ବିପକ୍ଷରେ ୦ ରନ କରି ଆଉଟ ହୋଇଥିଲେ।

ସଦ୍ୟତମ ICC ଟି-୨୦ ରାଙ୍କିଙ୍ଗରେ, ଅଭିଷେକ ଶର୍ମା ୮୯୧ ରେଟିଂ ପଏଣ୍ଟ ସହିତ ନମ୍ବର ୧ରେ ରହିଛନ୍ତି। ଫିଲ ସଲ୍ଟ ନମ୍ବର ୨ରେ ଅଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷରେ ଚମତ୍କାର ଶତକ ହାସଲ କରିଥିବା ପାଥୁମ ନିଶାଙ୍କା ତିନି ଜଣ ବ୍ୟାଟ୍ସମ୍ୟାନଙ୍କୁ ପଛରେ ପକାଇ ନମ୍ବର ୩ରେ ପହଞ୍ଚିଛନ୍ତି। ତିଲକ ବର୍ମା ନମ୍ବର ୪ରେ ଅଛନ୍ତି। ପାକିସ୍ତାନର ସାହିବଜାଦା ଫରହାଦ ଦୁଇ ସ୍ଥାନ ଖସି ୫ ନମ୍ବରକୁ ଯାଇଛନ୍ତି। ସୂର୍ଯ୍ୟକୁମାର ଯାଦବ ନମ୍ବର ୬ରେ ଅଛନ୍ତି। ଜସ ବଟଲର୍‌ ତିନି ସ୍ଥାନ ଖସି ୭ ନମ୍ବରକୁ ଯାଇଛନ୍ତି। ଇଶାନ କିଶାନ ନମ୍ବର ୮ରେ ଅଛନ୍ତି। ନ୍ୟୁଜିଲାଣ୍ଡର ଟିମ ସେଫର୍ଟ ୯ମ ଏବଂ ଟ୍ରାଭିସ ହେଡ ୧୦ମ ସ୍ଥାନରେ ଅଛନ୍ତି।

ବୋଲରଙ୍କ ରାଙ୍କିଂରେ ବରୁଣ ଚକ୍ରବର୍ତ୍ତୀ ନମ୍ବର ୧ରେ ରହିଛନ୍ତି। ରଶିଦ ଖାନ ଗୋଟିଏ ସ୍ଥାନ ଡେଇଁ ଦ୍ୱିତୀୟରେ ପହଞ୍ଚିଛନ୍ତି। ଅବରାର ଅହମ୍ମଦ ତୃତୀୟରେ ଅଛନ୍ତି। ଆଦିଲ ରଶିଦ ଚତୁର୍ଥ ସ୍ଥାନରେ ଅଛନ୍ତି ଏବଂ ଜିମ୍ବାୱେ ବୋଲର ବ୍ରାଡ ଇଭାନ୍ସ ୧୦ ଜଣ ଖେଳାଳିଙ୍କୁ ପଛରେ ପକାଇ ୫ ନମ୍ବରରେ ପହଞ୍ଚିଛନ୍ତି। ୱାନିନ୍ଦୁ ହସରଙ୍ଗା ଷଷ୍ଠ ସ୍ଥାନରେ, ଜାକବ ଡଫି ୭ ନମ୍ବରରେ ଅଛନ୍ତି। ଆଡାମ ଜାମ୍ପା ୮ ନମ୍ବରରେ, ମୁସ୍ତାଫିଜୁର ରହମାନ ୯ ନମ୍ବରରେ ଏବଂ ମହମ୍ମଦ ନୱାଜ ୧୦ ନମ୍ବରରେ ଅଛନ୍ତି।

ସାମ ଆୟୁବ ଟି୨୦ ଅନ୍ତର୍ଜାତୀୟ ଅଲରାଉଣ୍ଡର ରାଙ୍କିଂର ଶୀର୍ଷରେ ପହଞ୍ଚିଛନ୍ତି। ସେ ଜିମ୍ବାୱେ ଅଧିନାୟକ ସିକନ୍ଦର ରାଜାଙ୍କୁ ପଛରେ ପକାଇଛନ୍ତି। ହାର୍ଦ୍ଦିକ ପାଣ୍ଡ୍ୟା ୩ ନମ୍ବରରେ ଅଛନ୍ତି। ସ୍କଟଲାଣ୍ଡ ବିପକ୍ଷରେ ନେପାଳକୁ ବିଜୟୀ କରାଇଥିବା ଦୀପେନ୍ଦ୍ର ସିଂହ ଐରି ଦୁଇ ସ୍ଥାନ ଉପରକୁ ଉଠି ୪ ନମ୍ବରରେ ପହଞ୍ଚିଛନ୍ତି। ଆଫଗାନିସ୍ତାନର ଆଜମାତୁଲ୍ଲା ଓମାରଜାଇ ୫ ନମ୍ବରରେ ଅଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri