Posted inଜାତୀୟ

୧୭ ଦିନର ଶିଶୁକନ୍ୟାଙ୍କୁ ନଦୀ ବାଲିରେ ପୋତିଲେ ପିତା

ଚେନ୍ନାଇ,୬।୧୧: ତାମିଲନାଡୁରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ପିତା ତାଙ୍କର ୧୭ ଦିନର ଶିଶୁକନ୍ୟାଙ୍କୁ ନଦୀ ବାଲିରେ ପୋତି ଦେଇଛନ୍ତି। ଭାଦାମାରୁଥୁର୍‌ ଗାଁର ୨୯ ବର୍ଷ ବୟସ୍କ ଡି. ଭର୍ଦାରଞ୍ଜନଙ୍କ ସ୍ତ୍ରୀ ସୁନ୍ଧାରୟା ଜିପ୍‌ମର ହସ୍ପିଟାଲରେ ଏକ ଶିଶୁକନ୍ୟାଙ୍କୁ ଜନ୍ମ ଦେଇଥିଲେ। ଶିଶୁକନ୍ୟା ଜନ୍ମ ପରେ ଭର୍ଦାରଞ୍ଜନଙ୍କ ମନ ଦୁଃଖ ହୋଇଥିଲା। ଶିଶୁକନ୍ୟାଙ୍କୁ  ୩ ଦିନ ହୋଇଥିବାବେଳେ ସେ ତାକୁ ହତ୍ୟା କରିବାର ଉଦ୍ୟମ କରିଥିଲେ। ତେବେ ବନ୍ଧୁବାନ୍ଧବ ତାଙ୍କୁ ଏପରି କରିବାକୁ ବାରଣ କରିଥିଲେ। ସେ ମଙ୍ଗଳବାର ଅପରାହ୍ନରେ ଶିଶୁକନ୍ୟାଙ୍କୁ ନେଇ ଥେନପେନ୍ନାଇ ନଦୀ ବାଲିରେ ପୋତି ଦେଇଥିଲେ। ଘର ଲୋକ ଖୋଜାଖୋଜି କରିବାରୁ ଭର୍ଦାରଞ୍ଜନ ଶିଶୁକନ୍ୟାଙ୍କୁ ହତ୍ୟା କରିଥିବା ସ୍ବୀକାର କରିଥିଲେ। ଖବର ପାଇ ପୋଲିସ ନଦୀବାଲିରୁ ଶିଶୁକନ୍ୟାଙ୍କ ମୃତଦେହ ଉଦ୍ଧାର କରିବା ସହିତ ଭର୍ଦାରଞ୍ଜନଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

ଚାରି ସନ୍ତାନଙ୍କ ମା’ଙ୍କଠାରୁ ଅଲଗା ହେଲେ ଏଲନ ମସ୍କ ; ସାଥୀ ଶିଭୋନ ଲେଖିଲେ ଲମ୍ବା ପୋଷ୍ଟ

ଓ୍ବାଶିଂଟନ,୩।୧୦: ଏଲନ ମସ୍କ ଏବଂ ଶିଭୋନ ଜିଲିସଙ୍କ ସମ୍ପର୍କକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟୁରାଲିଙ୍କ (Neuralink)ର ଅଧିକାରୀ ଶିଭୋନ ଜିଲିସ ସୋସିଆଲ ମିଡିଆରେ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି

ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…

ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍‌ର ବଜାର ପ୍ରବେଶ

ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍‌ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍‌ ଏଣ୍ଟ୍ରି ପ୍ଲାଟ୍‌ଫର୍ମ (ଆର୍‌ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ…

ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା…

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

CJP କୁ ନେଇ ଏମିତି କହିଲେ ମମତା ବାନାର୍ଜୀ, ରାଜନୀତି ହେଲାଣି ସରଗରମ

ନୂଆଦିଲ୍ଲୀ,୩।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକରୋଚ ଜନତା ପାର୍ଟି’ (CJP) ଦ୍ୱାରା ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?