୧୭ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୪।୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଶୁକ୍ରବାର ଫୁଲବାଣୀରେ ସର୍ବାଧିକ ୧୧.୬ ମି.ମି. ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି। ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ଶନିବାର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜର କିଛି ସ୍ଥାନରେ ଏବଂ ନୂଆପଡ଼ା, ସୋନପୁର, ଅନୁଗୋଳ, ବୌଦ୍ଧ, କନ୍ଧମାଳ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଶନିବାର ୯ଟି ଜିଲାକୁ ଝଡ଼ ତୋଫାନ ଓ ବଜ୍ରପାତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ତେଣୁ ଏହି ୯ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହି ଜିଲାଗୁଡ଼ିକ ହେଲା ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ। ଏସବୁ ଜିଲାରେ ୩୦ରୁ ୪୦ କି.ମି. ବେଗରେ ପବନ ବହିବାର ଆଶଙ୍କା ରହିଛି। ସେହିପରି ରବିବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ଢେଙ୍କାନାଳ ଓ ସମ୍ବଲପୁରରେ ବର୍ଷା ହେବାର ସମ୍ଭାବନା ରହିଛି। ସୋମବାର କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, ବୌଦ୍ଧ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ନୟାଗଡ଼ରେ ବର୍ଷା ହେବାର ସମ୍ଭାବନା ରହିଛି। ମଙ୍ଗଳବାର କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲାରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଅନ୍ୟପଟେ ଦିନରେ ଖରା ଲୋକଙ୍କୁ ହନ୍ତସନ୍ତ କରୁଛି। ଶୁକ୍ରବାର ୧୦ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ୍‌ ଟପିଥିଲା। ଭବାନୀପାଟଣା ଓ ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ ରହିଥିବାବେଳେ ଟିଟିଲାଗଡ଼ରେ ୩୬.୨, ବଲାଙ୍ଗୀର ଓ ନୟାଗଡ଼ରେ ୩୬, ମାଲକାନଗିରିରେ ୩୫.୮, ବୌଦ୍ଧରେ ୩୫.୫, ଭୁବନେଶ୍ୱରରେ ୩୫.୪, ରାୟଗଡ଼ା ଏବଂ ସୋନପୁରରେ ୩୫ ଡିଗ୍ରୀ ସେଲସିୟସ ତାପମାତ୍ରା ଥିବା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?