୧୭ ବଛର ହେଲା ଅଜନା ରୋଗ୍‌ରେ ପୀଡ଼ିତ ଘଟନା: ଅଷ୍ଟମୀକଁର ପାସେ ପୁହୁଁଚିଲା ଡାକ୍‌ତରି ଦଲ

କୋକସରା, ୧୫ା୭(ଡି.ଏନ୍‌.ଏ): କୋକସରା ବ୍ଲକ କାଉଡ଼ୋଲା ପଁଚେତ୍‌ କୁସୁମଖୁଣ୍ଟି ଗଁାର ଚନ୍ଦ୍ରଶେଖର ମାଝିକଁର ମାଏକିନା ଅଷ୍ଟମୀ ମାଝି। ସେ ଆଏଜ୍‌କେ ୧୭ ବଛର ହେଲେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଅଛନ୍‌। ହେଲେ ଗଲା ୭ ମାସ ହେଲା ସେ ବହୁତ ଦୁରବଲ ହେଇଯିବାର ସଂଗେ ଚାଲବୁଲ ନାଇଁ କରିପାରବାର। ଇ ବାବ୍‌ଦେ ସୋମବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ‘୧୭ ବଛର ହେଲା ଅଜନା ରୋଗ୍‌ରେ ପୀଡ଼ିତ ଅଷ୍ଟମୀ, ଅଭାବ ଅନାଟନରେ ଚେରମୂଲି ସାହାଭରସା’ ଶୀରଷକ୍‌ରେ ଖବର ବାହାରିଥିଲା। ଖବର ବାହାରଲାରୁ କୋକସରା ବିଡିଓ ବସନ୍ତ କୁମାର ସେଠିକଁର ନିରଦେଶରେ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଚିକିସତ୍ା ଅଧ୍‌କାରୀ ଡା.ତତ୍ତ୍ୱଦର୍ଶି ଦାସକଁର ମଂଗୁଆଲତିରେ ଗୁଟେ ଡାକ୍‌ତରି ଦଲ କୁସୁମଖୁଣ୍ଟି ଗଁାରେ ପୁହୁଁଚିଥିଲା। ଡାକ୍‌ତରିଦଲ ଚନ୍ଦ୍ରଶେଖର ମାଝିକଁର ଘରକେ ଯିବାର ସଂଗେ ସେଠାନେ ଅଷ୍ଟମୀକଁର ଦିହିପା ପରୀକ୍ଷା ନିରୀକ୍ଷା କରିଥିଲେ। ସେଠାନୁ ଅଷ୍ଟମୀକୁଁ ଆମ୍ବୁଲାନ୍ସରେ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକେ ସେଇ ଚିକିସତ୍ା କରାଯାଉଛେ। ବହୁତ ଜଲଦି ଉଚ ଚିକିସତ୍ା ଲାଗି ଅଷ୍ଟମୀକୁଁ ଜିଲା ମୁଖିଆ ଡାକ୍‌ତରଖାନାକେ ପଠାବାର ବେବସ୍‌ତା କରାଯିବା ବଲି ଡାକ୍‌ତରି ଦଲ ସୂଚନା ଦେଇଛନ୍‌।
ସେନ୍‌ତା ପୂରବର ସୂଚନା ହିସାବେ ଚନ୍ଦ୍ରଶେଖର ଆର ଅଷ୍ଟମୀକଁର ୪ ଝି’ ରହିଛ୍‌। ଦୁଖେସୁଖେ ବଡ଼ ଝି’କେ ବିହାଚୁରା କରିଥିଲାବେଲେ ବାକି ୩ ଝି’ ମା’ବାପ୍‌ ସଂଗେ ରହୁଛନ୍‌। ହେଲେ ଘରର ପରିସ୍ଥିତି ଲାଗି ୩ ଝି’ ଭିତରୁ ଦୁଇ ଝି’ ତୁଳସୀ ଆର ଅନା ମାଟ୍ରିକ ପାସକରି ପାଠ୍‌ପଢ଼ାରେ ଗଏଁଠ୍‌ ପକେଇଛନ୍‌। ଇଆଡ଼େ ଚନ୍ଦ୍ରଶେଖର କୁଲି ମଜୁରି କରି କୁଟୁମ ପୁଷୁଥିଲାବେଲେ ଅଭାବ ଅନାଟନ ଲାଗି ଅଷ୍ଟମୀକଁର ଚିକିସତ୍ା କରେଇ ନାଇଁପାରବାର। ପରବାରର ଦୁଖ୍‌ ଦୁରଦଶା ବାବ୍‌ଦେ ଚନ୍ଦ୍ରଶେଖର ଥାନୀୟ ଗଣମାଧ୍ୟମ ଆଘେ ବଖାନିଥିଲେ। ଗଣମାଧ୍ୟମରେ ଇ ଖବର ବାହାରଲା ଉତାରୁ ଘଟନାଟା ପରଶାସନର ନଜରକେ ଆଏବାର ସଂଗେ ଅଷ୍ଟମୀକଁର ଚିକିସତ୍ା ଲାଗି ପରଶାସନ ହାତ ବଢ଼େଇଛେ। ଥାନୀୟ ପରଶାସନର ଇ ପଦକ୍ଷେପକେ ଗଁାବାସୀ ପରଶଁସା କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri