୧୮ଦଫା ଦାବି ନେଇ ଚାଷୀଙ୍କ ବିକ୍ଷୋଭ

ବାସୁଦେବପୁର, ୨୨ା୧୦(ଡି.ଏନ୍‌.ଏ.)- ଅଖିଳ ଭାରତ କୃଷକ ସଭା ବାସୁଦେବପୁର ଶାଖା ପକ୍ଷରୁ ମଙ୍ଗଳବାର ଚାଷୀଙ୍କ ୧୮ ଦଫା ଦାବି ପୂରଣ ଲାଗି ବିକ୍ଷୋଭ ଶୋଭାଯାତ୍ରା ଓ ପ୍ରତିବାଦ ସଭା କରାଯାଇଥିଲା। ଚାଷୀ, ମୂଲିଆ, ଗ୍ରାମ୍ୟ କାରିଗରଙ୍କୁ ୬୦ ବର୍ଷରେ ୩ ହଜାର ଟଙ୍କା ପେନ୍‌ସନ, କୃଷି ମନ୍ତ୍ରଣାଳୟର ନାମକୁ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଭାବେ ନାମିତ କରିବା, ରାଜ୍ୟ ଓ କେନ୍ଦ୍ରରେ ସ୍ବତନ୍ତ୍ର କୃଷି ବଜେଟ ପ୍ରସ୍ତୁତି, ସାର୍ବଜନୀନ ଫସଲବୀମା ପ୍ରଚଳନ, ସ୍ବାମୀନାଥନ କମିଶନ ସୁପାରିସର କାର୍ଯ୍ୟକାରୀ କରିବାକୁ ଦାବି କରାଯାଇଛି। ଏଥିସହ ଜଳସେଚନ ପ୍ରକଳ୍ପକୁ କାର୍ଯ୍ୟକ୍ଷମ କରିବା, ଧାନ କୁଇଣ୍ଟାଲ ପିଛା ୩ ହଜାର ଟଙ୍କା ଧାର୍ଯ୍ୟ କରିବା, କାଳିଆ ଯୋଜନାରୁ ବାଦ୍‌ ପଡିଥିବା ଚାଷୀଙ୍କୁ ସହାୟତା ପ୍ରଦାନ, କୃଷି ଋଣଛାଡ କରିବା, ପ୍ରତି ପଞ୍ଚାୟତରେ ଧାନମଣ୍ଡି ଖୋଲିବା ଆଦି ୧୮ ଦଫା ଦାବି ପୂରଣ ଲାଗି ଅଖିଳ ଭାରତ କୃଷକ ସଭା ଦାବି କରିଛି। ଶତାଧିକ ଚାଷୀ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ସହ ବିଭିନ୍ନ ସ୍ଲୋଗାନ ଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସରକାର ଏସବୁ ଦାବି ମାନିନେବାକୁ ସେମାନେ ଦାବି କରିଥିଲେ। ପରେ ବ୍ଲକ ପରିସରରେ କୃଷକ ସଭା ଆବାହକ ହରିହର ବେହେରାଙ୍କ ସଭାପତିତ୍ୱରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ କୃଷକ ନେତା ବୈଲୋଚନ ଜେନା, କାହ୍ନୁଚରଣ ବେହେରା, ବଳରାମ ମହାନ୍ତି, ସୁବାସ ଚନ୍ଦ୍ର ଜେନା, ସୁରେନ୍ଦ୍ର ବେହେରା, ସୁଧାକର ଜେନା, ରାମକୃଷ୍ଣ କୁଅଁର ପ୍ରମୁଖ ସେମାନଙ୍କର ଦାବି ସମ୍ପର୍କରେ ମତ ରଖିଥିଲେ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୃଷକମାରଣ ନୀତିକୁ ଏହି ସଭାରେ ଦୃଢ଼ ବିରୋଧ କରାଯାଇଥିଲା। ପରେ ବିଡିଓ ପ୍ରଣବ କୁମାର ବେହେରାଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri