Posted inଜାତୀୟ

୧୮ବର୍ଷ ପରେ ପିତାଙ୍କ ଋଣ ଶୁଝିଲେ ପୁଅ

ଜୟପୁର, ୧୦।୬: ରାଜସ୍ଥାନର ହନୁମାନଗଡ ଜିଲାରେ ଜଣେ ଯୁବକ ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ମୃତ ପିତାଙ୍କ ୧୮ ବର୍ଷ ପୁରୁଣା ୫୫ ଲକ୍ଷ ଟଙ୍କାର ଋଣ ଶୁଝିଛନ୍ତି ପୁଅ। ସୂଚନାଯୋଗ୍ୟ, ରାଓ୍ବତସର ନିବାସୀ ସନ୍ଦୀପଙ୍କ ପିତା ମିତାରାମ ୨୦୦୧ରେ ରାଓ୍ବତସରରେ ଏକ ଟ୍ରେଣ୍ଡିଂ କମ୍ପାନୀ ଖୋଲିଥିଲେ। ଏହି ସମୟରେ କିଛି ବ୍ୟବସାୟୀଙ୍କଠାରୁ ଋଣ ଆଣି କମ୍ପାନୀ ଗଢିଥିଲେ। କିନ୍ତୁ କ୍ଷତି ହେବାରୁ ବ୍ୟବସାୟୀଙ୍କ ଋଣ ଶୁଝି ନ ପାରି ନେପାଳ ପଳାଇଥିଲେ। ସେଠାରେ ଏକ ଦୋକାନ କରିଥିଲେ। ୫ ବର୍ଷ ସେଠାରେ ରହିବା ପରେ ତାଙ୍କର ମୃତ୍ୟୁ ହୋଇଥିଲା। ସେତେବେଳକୁ ସନ୍ଦୀପଙ୍କୁ ମାତ୍ର ୧୨ବର୍ଷ ହୋଇଥିଲା। ପିତାଙ୍କ ଋଣ ଶୁଝିବା ପାଇଁ ସେଦିନୁ ପଣ କରିଥିଲେ ସନ୍ଦୀପ। ଏଥିପାଇଁ ପରିଶ୍ରମ ଆରମ୍ଭ କରିଦେଇଥିଲେ। ଭଲ ଚାକିରି କରି ଟଙ୍କା ରୋଜଗାର କରିବା ପରେ ଜୁନ ୫ରେ ଅଚାନକ ଗାଁରେ ପହଞ୍ଚିଥିଲେ। ଯେଉଁ ବ୍ୟବସାୟୀଙ୍କଠାରୁ ତାଙ୍କ ପିତା ଋଣ ଆଣିଥିଲେ, ସେମାନଙ୍କୁ ଡକାଇ ୫୫ ଲକ୍ଷ ଟଙ୍କା ଶୁଝିଥିଲେ। ତାଙ୍କ ପ୍ରଶଂସାରେ ଶତମୁଖ ହୋଇ ଗାଁରେ ତାଙ୍କୁ ସମ୍ମାନୀତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri