ନୂଆଦିଲ୍ଲୀ,୯-୭: କେନ୍ଦ୍ର ସରକାର ଅଂଶଧନ ହ୍ରାସ ମାଧ୍ୟମରେ ଚଳିତ ଆର୍ଥିକ ବର୍ଷରେ ପ୍ରାୟ ୧୫ ହଜାର କୋଟି ଟଙ୍କା ଆୟ କରିବାକୁ ପ୍ରୟାସ ଚଳାଇଛନ୍ତି। ଏଥିଲାଗି ୧୮ ରାଷ୍ଟ୍ରାୟତ୍ତ କମ୍ପାନୀ, ସଂସ୍ଥାର ଅଂଶଧନକୁ ୭୫%କୁ ହ୍ରାସ କରାଯିବ ବୋଲି ଅର୍ଥ ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ ପ୍ରକାଶ କରିଛନ୍ତି। ଉଲ୍ଲେଖଥାଉ କି, ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ବଜେଟ ଉପସ୍ଥାପନ କରି ଚଳିତ ଆର୍ଥିକ ବର୍ଷରେ ରାଷ୍ଟ୍ରାୟତ୍ତ କମ୍ପାନୀ, ସଂସ୍ଥାରୁ ପୁଞ୍ଜି ପ୍ରତ୍ୟାହାର ମାଧ୍ୟମରେ ୧.୦୫ ଲକ୍ଷ କୋଟି ଟଙ୍କା ଆଦାୟ କରାଯିବ ବୋଲି କହିଥିଲେ। ଗତବର୍ଷ ୮୫ ହଜାର କୋଟି ଟଙ୍କା ଆଦାୟ ହୋଇଥିଲା। ସେବିର ନିୟମ ଅନୁଯାୟୀ ସରକାର ତାଲିକାଭୁକ୍ତ ରାଷ୍ଟ୍ରାୟତ୍ତ କମ୍ପାନୀ, ସଂସ୍ଥାରୁ ଅଂଶଧନ ପ୍ରତ୍ୟାହାର କରିନେବେ ବୋଲି ଅଧିକାରୀ ପ୍ରକାଶ କରିଛନ୍ତି। ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ସରକାର ରାଷ୍ଟ୍ରାୟତ୍ତ ଜେନେରାଲ ଇନ୍ସ୍ୟୁରାନ୍ସ କର୍ପୋରେଶନ ଅଫ୍ ଇଣ୍ଡିଆ(ଜିଆଇସି), ନ୍ୟୁ ଇଣ୍ଡିଆ ଆସୁରାନ୍ସରୁ ୧୦ ପ୍ରତିଶତ ଲେଖାଏ ଅଂଶଧନ ବିକିବେ। ଫଳରେ ଏ ଦୁଇଟି କମ୍ପାନୀରେ ସରକାରଙ୍କ ଅଂଶଧନ ୭୫%କୁ ଖସିଆସିବ।
ଅପେକ୍ଷାର ଅନ୍ତ! ରୟାଲ ଏନ୍ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍, ଜବରଦସ୍ତ ଫିଚର ସହ ମୂଲ୍ୟ…
ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…
ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍
ନୂଆଦିଲ୍ଲୀ,୯।୪: ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…
ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍, ଜାଣନ୍ତୁ ପୂରା ବିବରଣୀ
ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…
ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ
ପ୍ର- ଅର୍ଗାନିକ୍ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…
ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ…
ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…
ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…
ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…
ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍
ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…
ଯୁଦ୍ଧବିରତି ଭିତରେ ହଠାତ୍ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍
ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…
Archives

