୧୮ରୁ ଉଚ୍ଚ ବିଦ୍ୟାଳୟରେ ଖାତାଦେଖା

ଅନୁଗୋଳ ଅଫିସ୍‌, ୩।୩

ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଆୟୋଜିତ ମାଟ୍ରିକ୍‌ ପରୀକ୍ଷା ସୋମବାର ଶେଷ ହୋଇଛି। ତେବେ ଶେଷ ଦିନରେ ପରୀକ୍ଷାରେ କପି କରି କେହି ଧରାପଡ଼ି ନ ଥିବା ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। କିନ୍ତୁ କେତେ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ ସେ ନେଇ କୌଣସି ହିସାବ ଜିଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରେ ନାହିଁ। ଅନ୍ୟପକ୍ଷରେ ଆସନ୍ତା ୧୮ରୁ ମାଟ୍ରିକ୍‌ ଖାତା ଦେଖା ଆରମ୍ଭ ହୋଇ ଏପ୍ରିଲ ୧୦ ତାରିଖରେ ଶେଷ ହେବ ବୋଲି ସୂଚନା ମିଳିଛି। ଏହି ଖାତା ଦେଖା ଅନୁଗୋଳ ଉଚ୍ଚ ବିଦ୍ୟାଳୟରେ କରାଯିବ ବୋଲି ଜିଲା ଶିକ୍ଷା ଅଧିକାରୀ କଳ୍ପନା କୁମାରୀ ବେହେରା ସୂଚନା ଦେଇଛନ୍ତି। ଅନୁଗୋଳ ଜିଲାରେ ସାଧାରଣ ବିଜ୍ଞାନରେ ଅସାଧୁ ଉପାୟ ଅବଲମ୍ବନ କରି ୬ ଜଣ ପରୀକ୍ଷାର୍ଥୀ ଧରାପଡ଼ିଥିଲେ। ଡିଇଓଙ୍କ ସ୍କ୍ବାଡ୍‌ ସମେତ ସେଣ୍ଟ୍ରାଲ ସ୍କ୍ବାଡ୍‌ ଓ ଫ୍ଲାଇଙ୍ଗ ସ୍କ୍ବାଡ୍‌ ଜିଲାର ବିଭିନ୍ନ ପରୀକ୍ଷାକେନ୍ଦ୍ର ଅନୁଧ୍ୟାନ କରିଥିଲେ। ତେବେ ଅନ୍ୟ ଜିଲା ତୁଳନାରେ ଅନୁଗୋଳ ଜିଲାରେ ମୋଟାମୋଟି ଭାବେ ପରୀକ୍ଷା ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଥିବା ପରିଲକ୍ଷିତ ହୋଇଛି। ୧୮ ତାରିଖରୁ ଅନୁଗୋଳ ଉଚ୍ଚ ବିଦ୍ୟାଳୟରେ ଖାତା ଦେଖା ଆରମ୍ଭ ହେବ ଓ ପ୍ରାୟ ୩୫୦ରୁ ଊର୍ଦ୍ଧ୍ୱ ଶିକ୍ଷୟିତ୍ରୀ ଶିକ୍ଷକ ଏଥିରେ ନିୟୋଜିତ ହେବେ ବୋଲି ଜିଲା ଶିକ୍ଷା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri