୧୮ରେ ଏଲ୍‌ଆଇସି ଅଧ୍ୟକ୍ଷଙ୍କ ଓଡ଼ିଶା ଗସ୍ତ

କଟକ ଅଫିସ,୧୬।୭: ଭାରତୀୟ ଜୀବନବୀମା ନିଗମ (ଏଲ୍‌ଆଇସି)ର ଅଧ୍ୟକ୍ଷ ଏମ୍‌.ଆର୍‌ କୁମାର ଚଳିତ ମାସ ୧୮ରେ ଓଡିଶା ଆସୁଛନ୍ତି। ଏହି ଅବସରରେ ତାଙ୍କୁ ଏଲ୍‌ଆଇସି କଟକ ମଣ୍ଡଳ କାର୍ଯ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯିବ। ଏଥିଲାଗି ସମସ୍ତ ପ୍ରସ୍ତୁତି କରାଯାଇଥିବା ବରିଷ୍ଠ ମଣ୍ଡଳ ପ୍ରବନ୍ଧକ ଅଶୋକ କୁମାର ରାଉତରାୟ ସୂଚନା ଦେଇଛନ୍ତି। ଅଧ୍ୟକ୍ଷ ନୂଆପାଟଣାସ୍ଥିତ କଟକ ମଣ୍ଡଳ କାର୍ଯ୍ୟାଳୟର ଆଧୁନିକୀକରଣ କାର୍ଯ୍ୟ ଶୁଭାରମ୍ଭ କରିବେ। ସୂଚନାଯୋଗ୍ୟ, ଗତବର୍ଷ କଟକ ମଣ୍ଡଳ ୫ ଲକ୍ଷ ୧୦ହଜାର ପଲିସି ଏବଂ ୩୨୫ କୋଟି ଟଙ୍କାର ନନ୍‌ ସିଙ୍ଗଲ ପ୍ରିମିୟମ ଆୟ କରି ସର୍ବଭାରତୀୟ ସ୍ତରରେ ପ୍ରଥମ ସ୍ଥାନ ହାସଲ କରିଛି। ୧୯୫୬ରେ ଏଲ୍‌ଆଇସି ଜାତୀୟକରଣ ସମୟରୁ କଟକ ଡିଭିଜନ ସ୍ଥାପନ କରାଯାଇଥିଲା ବେଳେ ଏହା ଓଡ଼ିଶାର ସର୍ବପୁରାତନ । ଗସ୍ତ ଅବସରରେ ଅଧ୍ୟକ୍ଷ ଅଭିକର୍ତ୍ତା, ଉନ୍ନୟନ ଅଧିକାରୀଙ୍କୁ ଅଭିଭାଷଣ ଦେବାର କାର୍ଯ୍ୟକ୍ରମ ରହିଛି। ଏହାବାଦ ସଫଳ ଅଭିକର୍ତ୍ତା ଏବଂ ଉନ୍ନୟନ ଅଧିକାରୀମାନଙ୍କୁ ସେ ସମ୍ମାନିତ କରିବେ। ତାଙ୍କ ସହ କ୍ଷେତ୍ରୀୟ ପ୍ରବନ୍ଧକ, ମହେନ୍ଦ୍ର କୁମାର ଓ ସେଣ୍ଟ୍ରାଲ ଅଫିସର ଇଞ୍ଜିନିୟରିଂ ବିଭାଗ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଦେବ କୁମାର ବାନାର୍ଜୀ ଉପସ୍ଥିତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?