୧୮ରେ ଦିବ୍ୟାଙ୍ଗଙ୍କୁ ମାଗଣା କୃତ୍ରିମ ଅଙ୍ଗ ପ୍ରଦାନ

ବ୍ରହ୍ମପୁର ଅଫିସ୍‌,୨୧ା୧୦-ବ୍ରହ୍ମପୁର ରୋଟାରୀ କ୍ଲବ ଇଷ୍ଟ ପକ୍ଷରୁ ଦିବ୍ୟାଙ୍ଗଙ୍କୁ ମାଗଣା ଅଙ୍ଗ ପ୍ରଦାନ କାର୍ଯ୍ୟକ୍ରମ ସକ୍ଷମ-୨ ଶିବିର ପାଇଁ ପଞ୍ଜୀକରଣ ରବିବାର ଅନୁଷ୍ଠିତ ହୋଇଯାଇଛି। ଧର୍ମନଗର ପଞ୍ଚମ ଲେନ୍‌ରେ ଥିବା କମ୍ୟୁନିଟି ହଲ୍‌ରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।
ଶିବିରରେ ଗଞ୍ଜାମ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଜୟ କୁମାର ପାଣିଗ୍ରାହୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ । କ୍ଲବ ସଭାପତି ପ୍ରଦୀପ କୁମାର ପଣ୍ଡା ଏଥିରେ ଅଧ୍ୟକ୍ଷତା କରିଥିଲେ । ପ୍ରାକ୍ତନ ସଭାପତି ତଥା ସକ୍ଷମ-୧ ସଂଯୋଜକ ଅଜିତ କୁମାର ପୃଷ୍ଟି ପ୍ରାରମ୍ଭିକ ସୂଚନା ଦେଇଥିଲେ। କାର୍ଯ୍ୟକ୍ରମ ଅଧ୍ୟକ୍ଷ ସୁଧାଂଶୁ କୁମାର ଖଡ୍‌ଗରାୟ ରୋଟାରୀ କ୍ଲବ ଇଷ୍ଟର ସକ୍ଷମ-୧ ଏବଂ ସକ୍ଷମ-୨ କାର୍ଯ୍ୟକ୍ରମ ସଂପର୍କରେ ବିବରଣୀ ପ୍ରଦାନ କରିଥିଲେ । ପ୍ରାୟ ୧୫୦ ଦିବ୍ୟାଙ୍ଗଙ୍କୁ କୃତ୍ରିମ ଅଙ୍ଗ ପ୍ରଦାନ ପାଇଁ ନାମ ପଞ୍ଜୀକରଣ କରାଯାଇଥିବା ଅଧ୍ୟକ୍ଷ ସୂଚନା ଦେଇଥିଲେ । ଏହି ଶିବିରରେ ଉପଭୋକ୍ତାଙ୍କର ଆବଶ୍ୟକତା ଅନୁଯାୟୀ କୃତ୍ରିମ ଅଙ୍ଗର ଆକାର ଏବଂ ଆକୃତି ମାପ ନିଆଯାଇଥିଲା ।
କଲିକତାର ମହାବୀର ସେବା ସଦନର ସ୍ବେଚ୍ଛାସେବୀମାନେ ଏଥିରେ ସହଯୋଗ କରିଥିଲେ। ନଭେମ୍ବର ୧୮ରେ ଦିବ୍ୟାଙ୍ଗଙ୍କୁ କୃତ୍ରିମ ଅଙ୍ଗ ପ୍ରଦାନ କରାଯିବ । ଜିଲାର ବିଭିନ୍ନ ଅଞ୍ଚଳ ସହ ପଡ଼ୋଶୀ ଆନ୍ଧ୍ରପ୍ରଦେଶରୁ ମଧ୍ୟ ଉପଭୋକ୍ତାମାନେ ଏହି ଶିବିରରେ ନିଜ ନାମ ପଞ୍ଜୀକରଣ କରିଥିଲେ । ସମସ୍ତ ଦିବ୍ୟାଙ୍ଗ ଏବଂ ତାଙ୍କର ସହଯୋଗୀଙ୍କ ପାଇଁ ରହିବା ଖାଇବା ବ୍ୟବସ୍ଥା କରାଯାଇଥିଲା। ଉଦ୍‌ଘାଟନ ସଭାକୁ ଡା. ସମ୍ବିତ ବେଗ୍‌ରାୟ ସଂଯୋଜନା କରିଥିଲେ । ଶେଷରେ ସମ୍ପାଦକ ରଂଜିତ ପାତ୍ର ଧନ୍ୟବାଦ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri