୧୮,୦୩୬ ପ୍ରକଳ୍ପକୁ ଅନୁମୋଦନ

ଢେଙ୍କାନାଳ ଅଫିସ, ୯।୩: ରାଜ୍ୟ ସରକାର ଚାଷୀ ଓ ଚାଷର ବିକାଶ ଲାଗି ଫୋକସ କରୁଛନ୍ତି। କୃଷିକ୍ଷେତ୍ରରେ ଉତ୍ପାଦନ ଏବଂ ଚାଷୀଙ୍କ ଆୟ ବୃଦ୍ଧି ଲାଗି ଆମ କୃଷି ଯୋଜନା କାର୍ଯ୍ୟକାରୀ କରାଯାଇଛି। ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକ ସକ୍ରିୟ ହେଲେ କୃଷିଭିତ୍ତିକ ଯୋଜନାର ସୁଫଳ ମିଳିବ। ଯୋଜନା ପ୍ରଣୟନ ବେଳେ ଅଧିକାରୀମାନେ ସ୍ବଚ୍ଛତା ପ୍ରତି ସଚେତନ ହେଲେ କାର୍ଯ୍ୟକ୍ରମର ସଫଳ ରୂପାୟନ ହୋଇପାରିବ ବୋଲି କହିଛନ୍ତି ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ। ଢେଙ୍କାନାଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ରବିବାର ଅନୁଷ୍ଠିତ ଆମ କୃଷି କାର୍ଯ୍ୟକ୍ରମର ସ୍ବତନ୍ତ୍ର ସାଧାରଣ ବୈଠକରେ ମୁଖ୍ୟଅତିଥି ଭାବେ ଯୋଗଦେଇ ସେ ଏହା କହିଛନ୍ତି। ଜିଲା ପରିଷଦ ଅଧ୍ୟକ୍ଷା ମିନତି ନାୟକ ଏଥିରେ ଅଧ୍ୟକ୍ଷତା କରି ଆମ କୃଷି ଯୋଜନାର ସଫଳ ରୂପାୟନ ଲାଗି ସମସ୍ତଙ୍କ ସହଯୋଗ ଲୋଡ଼ିଥିଲେ।
ଏହି ଅବସରରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅଧୀନରେ ଆର୍ଥତ୍କ ବର୍ଷ ପାଇଁ ୩୮୩୮୨.୧୨ କୋଟି ଟଙ୍କା ବ୍ୟୟରେ ୧୮,୦୩୬ ପ୍ରକଳ୍ପ ଅନୁମୋଦିତ ହୋଇଥିଲା। ସେହିପରି ମହାତ୍ମା ଗାନ୍ଧୀ ଗ୍ରାମ୍ୟ ସଡ଼କ ଯୋଜନାର ଫେଜ୍‌-୩ ଅଧୀନରେ ବସ୍ତି, ଗ୍ରାମୀଣ କୃଷି ବଜାର, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଡାକ୍ତରଖାନାକୁ ସଂଯୋଗ କରୁଥିବା ରାସ୍ତାର ଉନ୍ନତୀକରଣ ପାଇଁ ଲକ୍ଷ୍ୟ ରଖାଯାଇଛି। ଏଥିସହ ଫାର୍ମ ପଣ୍ଡ୍‌ ମାଧ୍ୟମରେ ଚାରାରୋପଣ, ପରିବା ଚାଷ, ଗୋ-ସମ୍ପଦର ଅଭିବୃଦ୍ଧି, ଘାସଚାଷ, କୁକୁଡ଼ା ଚାଷ, ଛେଳି ପାଳନ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ମାଛ ଚାଷ ପାଇଁ ନୂଆ ପୋଖରୀ ଯୋଜନାରେ ୫୦% ସବ୍‌ସିଡି ଦିଆଯାଉଛି। ଜିଲାର ୮୦ ସମବାୟ ସମିତି ମାଧ୍ୟମରେ ବିହନ, ଧାନ ବଣ୍ଟାଯାଉଛି। ରାସ୍ତା କଂକ୍ରିଟ କରିବାକୁ ପ୍ରତି ବିଧାୟକଙ୍କୁ ୫୦ ଲକ୍ଷ ଟଙ୍କା ଲେଖାଏ ଖର୍ଚ୍ଚ କରିବାକୁ କ୍ଷମତା ପ୍ରଦାନ କରାଯାଇଥିବା ସୂଚନା ଦିଆଯାଇଥିଲା। ବିଧାୟକ ସୁଧୀର କୁମାର ସାମଲ ଯୋଗଦେଇ ଚାଷୀଙ୍କୁ ଠିକ୍‌ ସମୟରେ ବିହନ ଯୋଗାଇଦେବା, ମାଛ ଯାଅଁାଳ ଚାଷ କରିବାକୁ ଅଗ୍ରାଧିକାର ଦେବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଜିଲା ପରିଷଦ ଉପାଧ୍ୟକ୍ଷ କୋଦଣ୍ଡଧର ସାହୁ, ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା, ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା ପ୍ରମୁଖ ବିଭିନ୍ନ କୃଷିଭିତ୍ତିକ ଯୋଜନା ଉପରେ ଆଲୋକପାତ କରିଥିଲେ। ସିଡିଏମ୍‌ଓ ଡା. ନିରଞ୍ଜନ ମିଶ୍ର କରୋନା ସଂକ୍ରମଣ ରୋଗୀଙ୍କ ପାଇଁ ଉପଲବ୍ଧ ଚିକିତ୍ସା ଉପରେ ସୂଚନା ଦେଇଥିଲେ।
ବୈଠକରେ ଡିଏଫ୍‌ଓ ବିମଳ ପ୍ରସନ୍ନ ଆଚାର୍ଯ୍ୟ, ସମବାୟ ସମିତି ଉପନିବନ୍ଧକ ସଂଗ୍ରାମ କେଶରୀ ରାଉତ, ଜିଲା ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ଆଶିଷ ବିଶ୍ୱାଳ, ଉଦ୍ୟାନ କୃଷି ଉପନିର୍ଦ୍ଦେଶକ ଭଗବାନ ଦାସ, ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଫୁଲ୍ଲ ପଢିଆରୀ, ଜିଲା ମଙ୍ଗଳ ଅଧିକାରୀ ମାନସ ରଞ୍ଜନ ମିଶ୍ରଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ, ଜିଲା ପରିଷଦ ସଦସ୍ୟ, ବ୍ଲକ ଅଧ୍ୟକ୍ଷଙ୍କ ସମେତ ବହୁ ଜନପ୍ରତିନିଧି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଧରିତ୍ରୀ ପ୍ରଭାବ: କାଳବୈଶାଖୀ ବିପନ୍ନ ଗଜେନ୍ଦ୍ରଙ୍କୁ ମିଳିଲା ସରକାରୀ ଗୃହ କାର୍ଯ୍ୟାଦେଶ

ଥୁଆମୂଳ ରାମପୁର, ୧୨/୦୬ (କୀର୍ତ୍ତି ଚନ୍ଦ୍ର ଦୁର୍ଗା): ଗରିବର ଅଶ୍ରୁ ପୋଛିଲା ପ୍ରଶାସନ, ସାର୍ଥକ ହେଲା ‘ଧରିତ୍ରୀ’ର ସମ୍ବାଦ। କାଳବୈଶାଖୀ ଝଡ଼ରେ ଭାଙ୍ଗି ଚୁରମାର୍ ହୋଇଯାଇଥିବା ଗୁଣୁପୁର…

ଦିଗପହଣ୍ଡି କୋର୍ଟରେ ଆଇନ ସଚେତନତା

ଦିଗପହଣ୍ଡି, ୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବୃଦ୍ଧ ମାତା ପିତା ଓ ବରିଷ୍ଠ ନାଗରିକଙ୍କ ପାଇଁ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri