୧,୮୫,୨୧୦ ହେକ୍ଟରରେ ଖରିଫ୍‌ ଚାଷ

ଢେଙ୍କାନାଳ ଅଫିସ, ୨୨।୫

କରୋନା ପ୍ରଭାବିତ ଢେଙ୍କାନାଳ ଜିଲାରେ ଖରିଫ୍‌ ଚାଷକୁ ସୁବ୍ୟବସ୍ଥିତ କରିବାକୁ ଅଣ୍ଟା ଭିଡିଛି ପ୍ରଶାସନ। ଖରିଫ୍‌-୨୦୨୦ ନେଇ ଗୁରୁବାର ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ କୃଷି ନିର୍ଦ୍ଧାରଣ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ୧,୮୫,୨୧୦ ହେକ୍ଟର ଜମିରେ ଖରିଫ୍‌ ଚାଷ କରିବାକୁ ନିର୍ଦ୍ଧାରଣ କରାଯାଇଛି। ଜଳସେଚିତ ଜମିରେ ପାଣି ପହଞ୍ଚତ୍ବାରେ ଯେପରି କୌଣସି ସମସ୍ୟା ନ ଉପୁଜେ ସେଥିଲାଗି ଯୁଗ୍ମ ଯାଞ୍ଚ କରିବାକୁ ଆର୍‌ଆଇ, ଗ୍ରାମସେବକ ଏବଂ ସେଚ ବିଭାଗ ଅଧିକାରୀଙ୍କୁ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ନିର୍ଦ୍ଦେଶ ଦେଇଛନ୍ତି।
କୃଷି ବିଭାଗ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ, ଚଳିତବର୍ଷ ୯୫,୦୦୦ ହେକ୍ଟର ଜମିରେ ଧାନ, ୨୩,୦୦୦ ହେକ୍ଟରରେ ଡାଲିଜାତୀୟ, ୨୦,୫୦୦ ହେକ୍ଟରରେ ତୈଳବୀଜ, ୧୩୦ ହେକ୍ଟରରେ କପା ଓ ଝୋଟ, ୩୭,୫୦୦ ହେକ୍ଟରରେ ପରିବା, ୫,୨୦୦ ହେକ୍ଟରରେ ମସଲା, ୪୦୦ ହେକ୍ଟରରେ ଆଖୁ ଏବଂ ୨,୮୮୦ ହେକ୍ଟର ଜମିରେ ଅନ୍ୟାନ୍ୟ ଫସଲ କରାଯିବ। ୧ଲକ୍ଷ ୪ହଜାର ୭୫୭ ହେକ୍ଟର ଜମିକୁ ଜଳସେଚନ ସୁବିଧା ଯୋଗାଇ ଦିଆଯିବ। ଆବଶ୍ୟକ ପରିମାଣର ସାର ମହଜୁଦ୍‌ ରଖିବା ଲାଗି ର଼୍ୟାଗ୍‌ (ଗୋଦାମ ଗୃହ) କରାଯିବ। ଚାଷୀଙ୍କ ପାଖରେ ପର୍ଯ୍ୟାପ୍ତ ବିହନ ଉପଲବ୍ଧ କରାଯିବ। କରୋନା ସଂକ୍ରମଣ ପ୍ରତିରୋଧ କରିବାକୁ ସାମାଜିକ ଦୂରତ୍ୱ ଅବଲମ୍ବନ କରି କୃଷିକାର୍ଯ୍ୟ ପରିଚାଳନା କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହାବ୍ୟତୀତ ପ୍ରବାସୀ ଓଡ଼ିଆ ଶ୍ରମିକଙ୍କୁ ନେଇ ଅଧିକ ଫାର୍ମପଣ୍ଡ ଖୋଳିବା, ଚାଷୀଙ୍କୁ ସୁବିଧାରେ ଋଣ ଯୋଗାଣ କରିବା ଦିଗରେ ଆଲୋଚନା କରାଯାଇଥିଲା।
ବୈଠକରେ ଜିଲା କୃଷି ଉପନିର୍ଦ୍ଦେଶକ ରାଜକିଶୋର ନାୟକ, ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ, ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା, ଉଦ୍ୟାନକୃଷି ଉପନିର୍ଦ୍ଦେଶକ ଭଗବାନ ଦାସଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ, ଅଗ୍ରଣୀ ବ୍ୟାଙ୍କ ପରିଚାଳକମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri