୧୮୬୧ ପଏଣ୍ଟ ବଢିଲା ସେନ୍‌ସେକ୍ସ

ମୁମ୍ବାଇ,୨୬। ୩: ଭାରତୀୟ ପୁଞ୍ଜି ବଜାରର ସେନ୍‌ସେକ୍ସ ଏବଂ ନିଫ୍ଟି କାରବାରରେ ବୁଧବାର ଉଲ୍ଲେଖନୀୟ ଅଭିବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ ସେନ୍‌ସେକ୍ସ ସର୍ବାଧିକ ଦୈନିକ ଅଭିବୃଦ୍ଧି ହାସଲ କରିବାକୁ ସକ୍ଷମ ହୋଇଛି। ବିଶ୍ୱ ଶେୟାର ବଜାରରେ କିଛିଟା ଉନ୍ନତି ଏବଂ ସରକାରଙ୍କ ସହାୟତା ପ୍ୟାକେଜ ଆଶାରେ ଶେୟାର ବଜାରରେ ଏଭଳି ଉନ୍ନତି ପରିଲକ୍ଷିତ ହୋଇଛି। ବୁଧବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜ ୧୮୬୧.୭୫ ପଏଣ୍ଟ (୬.୯୮%) ବୃଦ୍ଧି ଘଟିବା ସହ ୨୮,୫୩୫.୭୮ ପଏଣ୍ଟ ସ୍ତରରେ ବନ୍ଦ ହୋଇଛି। ସେହିଳି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ(ଏନ୍‌ଏସ୍‌ଇ)ର ସୂଚକାଙ୍କ ୫୧୬.୮୦ ପଏଣ୍ଟ ବା ୬.୬୨% ବଢିବା ଯୋଗୁ ଏହା ୮୩୧୭.୮୫ ସ୍ତରରେ କାରବାର ବନ୍ଦ ହୋଇଛି। ଆମେରିକା ଅର୍ଥ ବ୍ୟବସ୍ଥାକୁ ୨ ଲକ୍ଷ କୋଟି ଡଲାର ସହାୟତା ପ୍ୟାକେଜ ପ୍ରଦାନ କରିବା ନେଇ ସେଠାକାର ସିନେଟ ଏବଂ ହ୍ବାଇଟ ହାଉସ ମଞ୍ଜୁରୀ ପ୍ରଦାନ କରିଛି। କରୋନା ପ୍ରଭାବକୁ କମ୍‌ କରିବା ଲାଗି ସରକାର ଦୃଢ ପଦକ୍ଷେପ ଗ୍ରହଣ କରିବେ ବୋଲି ବଜାରର ନିବେଶକମାନେ ଆଶାବାଦୀ ରହିଛନ୍ତି। ଏହି ସମୟରେ ସାଂଘାଇ, ହଂକଂ, ଟୋକିଓ ଏବଂ ସିଓଲର ଶେୟାର ବଜାରରେ କାରବାର ପ୍ରାୟ ୮% ବଢିଛି। ସେହିଭଳି ୟୁରୋପର ଶେୟାର କାରବାର ଏହି ସମୟରେ ୪% ବୃଦ୍ଧି ଘଟିଥିବା ନଜରକୁ ଆସିଛି। ଅନ୍ତର୍ଜାତୀୟ ଅଶୋଧିତ ତୈଳ ବଜାରରେ ବ୍ରେଣ୍ଟ ଫିଚର ୦.୦୦୭ ବୃଦ୍ଧି ଘଟି ବ୍ୟାରେଲ ପିଛା ୨୭.୧୭ ଡଲାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri