୧୮୮ ସେବକଙ୍କ ସ୍ବାବ୍‌ ସଂଗ୍ରହ ଶେଷ

ପୁରୀ ଅଫିସ,୧୫ା୫: ମହାମାରୀ କରୋନା ପାଇଁ ମହାପ୍ରଭୁଙ୍କ ରଥ ନିର୍ମାଣରେ ଯେପରି କୌଣସି ଅସୁବିଧା ନ ହୁଏ ସେଥିପ୍ରତି ଗୁରୁତ୍ୱ ଦେଇଛି ଶ୍ରୀମନ୍ଦିର ପ୍ରଶାସନ। ସରକାରଙ୍କ କୋଭିଡ ନିର୍ଦ୍ଦେଶାବଳୀକୁ ଅନୁପାଳନ କରି ଯେପରି ଠିକ୍‌ ସମୟରେ ରଥ ପ୍ରସ୍ତୁତ ହୋଇପାରିବ ତାହାର ରୂପରେଖ ପ୍ରସ୍ତୁତ କରିଛି। ରଥ ନିର୍ମାଣ କରୁଥିବା ସେବକମାନେ ଯେପରି କରୋନା ସଂକ୍ରମଣଠାରୁ ଦୂରରେ ରହିବେ ତାହାକୁ ପ୍ରାଥମିକତା ଦିଆଯାଇଛି। ରଥ ନିର୍ମାଣକାରୀଙ୍କୁ ସଙ୍ଗରୋଧରେ ରଖାଯିବା ସହ ପ୍ରତିଦିନ ସେମାନଙ୍କ ସ୍କ୍ରିନିଂ କରାଯାଉଛି। ସେମାନେ ଯେପରି ଶେଷ ପର୍ଯ୍ୟନ୍ତ କରୋନା ସଂକ୍ରମଣମୁକ୍ତ ରହିବେ ସେଥିଲାଗି କୋଭିଡ ଟେଷ୍ଟ କରାଯାଉଛି। ଗତ ବୁଧବାରଠାରୁ ସେବକଙ୍କ ସ୍ବାବ ସଂଗ୍ରହ ଆରମ୍ଭ ହୋଇଥିଲା। ଶୁକ୍ରବାର ୫୮ଜଣଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଛି। ସମ୍ପ୍ରତି ରଥଖଳାରେ କାମ କରୁଥିବା ସମସ୍ତ ୧୮୮ ଜଣଙ୍କ ସ୍ବାବ୍‌ ସଂଗ୍ରହ ଶେଷ ହୋଇଥିବା ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା କହିଛନ୍ତି।
ଉନ୍ନୟନ ପ୍ରଶାସକଙ୍କ ସୂଚନା ମୁତାବକ, ବର୍ତ୍ତମାନ ରଥଖଳାରେ ମହାରଣା, ଭୋଇ, ରୂପକାର ଓ କମାର ସେବକଙ୍କୁ ମିଶାଇ ୧୮୮ଜଣ ସେବକଙ୍କ ଉପସ୍ଥାନ ପଡୁଛି। ସେମାନେ ଭକ୍ତନିବାସରେ ସଙ୍ଗରୋଧରେ ରହୁଛନ୍ତି। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟର ଏକ ପ୍ରକୋଷ୍ଠରେ ବୁଧବାର ପ୍ରଥମ ଦିନରେ ୫୫ଜଣଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଥିଲା। ଗୁରୁବାର ୭୫ ଏବଂ ଶୁକ୍ରବାର ୫୮ ଜଣଙ୍କ ସ୍ବାବ୍‌ ସଂଗ୍ରହ ହୋଇଛି। ଆଗକୁ ଚିତ୍ରକର ସେବକ ଏବଂ ଅନ୍ୟ ସେବକ ସାମିଲ ହେଲେ ସେମାନଙ୍କର ବି କୋଭିଡ ଟେଷ୍ଟ କରାଯିବ। ବର୍ତ୍ତମାନ କାର୍ଯ୍ୟରତ ୧୮୮ ଜଣଙ୍କ ସ୍ବାବ୍‌ ସଂଗ୍ରହ ପ୍ରକ୍ରିୟା ସରିଛି ବୋଲି ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

୨୪ ଘଣ୍ଟା ନ ପୂରୁଣୁ ମମତାଙ୍କୁ ପୁଣି ବଡ଼ ଝଟକା: ନିର୍ବାଚନରୁ ଓହରିଯିବା ନେଇ ଘୋଷଣା କଲେ…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ଚିତ୍ର ଦ୍ରୁତ ବଦଳୁଛି। ନନ୍ଦୀଗ୍ରାମ ପରେ ଏବେ ରେଜିନଗରରେ ମଧ୍ୟ ମମତା ବାନାର୍ଜୀଙ୍କ ଶିବିରକୁ ଝଟକା ଲାଗିଛି। ରେଜିନଗର…

ହାଇକୋର୍ଟ ବିଚାରପତିଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଅବସର ପରେ PM CARES ପାଣ୍ଠିକୁ ୧ କୋଟି ଟଙ୍କା ଦାନ କରିବେ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶ ହାଇକୋର୍ଟର ବିଚାରପତି ଅବନୀନ୍ଦ୍ର କୁମାର ସିଂହ ତାଙ୍କ ଅବସର ପରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଥିଲେ। ସେ କହିଥିଲେ ଯେ ସେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?