୧୮% କମିଲା ଇନ୍ଧନ ବ୍ୟବହାର

ନୂଆଦିଲ୍ଲୀ,୧୦।୪: କୋଭିଡ-୧୯ ଲାଗି ସାରା ଦେଶରେ ଇନ୍ଧନ ଚାହିଦା ମାର୍ଚ୍ଚ ମାସରେ ୧୮% ଖସିଛି। ଏହା ଗୋଟିଏ ଦଶନ୍ଧି ମଧ୍ୟରେ ସବୁଠାରୁ ବଡ ଧରଣର ହ୍ରାସ ବୋଲି କୁହାଯାଇଛି। ଏବେ ଲକ୍‌ଡାଉନ ପାଇଁ ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇଥିବାରୁ ଏଭଳି ସ୍ଥିତି ଉପୁଜିଥିବା ଜଣାପଡିଛି। ଦେଶର ପେଟ୍ରୋଲିୟମ ପ୍ରଡକ୍ଟ ବ୍ୟବହାର ୧୭.୭୯% ଖସିବା ଫଳରେ ଏହା ୧୬.୦୮ ନିୟୁତ ଟନ୍‌କୁ ଖସିଛି। ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ବା ଏଟିଏଫ୍‌ ଚାହିଦା କମିବା ଯୋଗୁ ଇନ୍ଧନ ବ୍ୟବହାର କମିଛି ବୋଲି ପେଟ୍ରୋଲିୟମ କମ୍ପାନୀ ଗୁଡିକ ପକ୍ଷରୁ ପ୍ରଦାନ କରାଯାଇଥିବା ଡାଟାରୁ ଏହା ସାମ୍ନାକୁ ଆସିଛି। ସାରା ଦେଶରେ ଡିଜେଲ ଅଧିକ ପରିମାଣରେ ବ୍ୟବହାର ହେଉଥିବା ବେଳେ ଏଥିରେ ୨୪.୨୩% ହ୍ରାସ ଘଟି ୫.୬୫ ନିୟୁତ ଟନ୍‌କୁ ଖସିଛି। ଏହା ବୃହତ୍ତ ପରିମାଣର ହ୍ରାସ ବୋଲି କୁହାଯାଉଛି। ଏବେ ସାରା ଦେଶରେ ଟ୍ରକଗୁଡିକ ଛିଡା ହୋଇଛି। ସେହିଭଳି ଟ୍ରେନ ଚଳାଚଳ ମଧ୍ୟ ବନ୍ଦ ରହିଛି। ଏହି ସମୟରେ ପେଟ୍ରୋଲ ବ୍ୟବହାର ୧୬.୩୭% ଖସିବା ଯୋଗୁ ୨.୧୫ ଟନ୍‌କୁ ହ୍ରାସ ଘଟିଛି। କୋଭିଡ-୧୯ ଲାଗି ସାରା ଦେଶକୁ ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରାଯାଇଥିବାରୁ କାର୍‌, ବାଇକ ମଧ୍ୟ ରାସ୍ତାରେ ଗଡିବା ବନ୍ଦ ହୋଇଛି। ସେହିଭଳି ଏପ୍ରିଲରେ ବର୍ତ୍ତମାନ ସୁଦ୍ଧା ପେଟ୍ରୋଲ ଡିଜେଲ ଚାହିଦା ୬୬% ଖସିଥିବା ବେଳେ ଇଟିଏଫ୍‌ ୯୦% ଖସିଥିବା ଶିଳ୍ପ ସୂତ୍ରରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri