Posted inଜାତୀୟ

୧୮ ଦିନରେ ୧.୭୬ ଲକ୍ଷ ସଂକ୍ରମିତ

ନୂଆଦିଲ୍ଲୀ,୧୯ା୬:ମହାମାରୀ କରୋନା ଉଗ୍ରରୂପ ଧାରଣ କରିଥିବା ବେଳେ ଗତ ଜୁନ୍‌ ୧ରୁ ଅଦ୍ୟାବଧି ୧.୭୬ ଲକ୍ଷରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ମହାରାଷ୍ଟ୍ର, ତାମିଲନାଡ଼ୁ, ଦିଲ୍ଲୀ, ଉତ୍ତରପ୍ରଦେଶ, ରାଜସ୍ଥାନ, ଗୁଜରାଟ, ପଶ୍ଚିମବଙ୍ଗ ଭଳି ୧୦ ରାଜ୍ୟରେ ଉଗ୍ର ସଂକ୍ରମଣ ଦେଖାଦେବାରୁ ଏଭଳି ସ୍ଥିତି ଉପୁଜିଛି। ଗୁରୁବାର ସୁଦ୍ଧା ଦେଶରେ ୩.୬୮ ଲକ୍ଷରୁ ଅଧିକ ସଂକ୍ରମିତ ଥିବା ଜଣାପଡ଼ିଛି। ଏଥିସହ ଦେଶରେ ୧୨, ୩୬୦ ଜଣଙ୍କ ଜୀବନ ଯାଇଛି। ଏବେ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୫୨.୯୫% ବୋଲି ସରକାର ଦର୍ଶାଇଛନ୍ତି। ସଂକ୍ରମିତ ହୋଇଥିବା ୧.୯୫ ଲକ୍ଷ ଲୋକ ସୁସ୍ଥହୋଇ ଘରକୁ ଫେରିଛନ୍ତି। ବୁଧବାର ଦେଶରେ ସଂକ୍ରମିତଙ୍କ ସଂଖ୍ୟା ସର୍ବାଧିକ ୧୩, ୧୦୩ ରହିଥିଲା। ଗୁରୁବାର ଏହା ପ୍ରାୟ ୫ ହଜାର ରହିଛି। କ୍ରମଶଃ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ ଲୋକଙ୍କ ମନରେ ଭୟ ସୃଷ୍ଟିହୋଇଛି। ମହାରାଷ୍ଟ୍ରରେ ୧. ୧୬ ଲକ୍ଷରୁ ଅଧିକ ଭୂତାଣୁ ଆକ୍ରାନ୍ତ ଥିବାବେଳେ ତାମିଲନାଡ଼ୁରେ ୫୨ ହଜାର ଓ ରାଜଧାନୀ ଦିଲ୍ଲୀରେ ୪୩ ହଜାର ଟପିଲାଣି। ପ୍ରବାସୀଙ୍କ ଆଗମନ ଓ ଲକ୍‌ଡାଉନ୍‌ ଉଠିବା ପରେ ଗୁରୁତର ପରିସ୍ଥିତି ଦେଖାଦେଇଛି। ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଥିଲେ ବି ସେଭଳି ସୁଫଳ ମିଳୁନାହିଁ। ଅପରପକ୍ଷରେ ଫେରିଥିବା ପ୍ରବାସୀ ଶ୍ରମିକଙ୍କ ଦୁଃଖ ବଢ଼ିବାରେ ଲାଗିଛି। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମାନଙ୍କ ଲାଗି ୫୦ ହଜାର କୋଟି ଟଙ୍କାର ନିଯୁକ୍ତି ଯୋଜନା ସମ୍ପର୍କରେ ଘୋଷଣା କରିବେ। ପ୍ରଥମେ ୬ଟି ରାଜ୍ୟରେ ‘ଗରିବ କଲ୍ୟାଣ ରୋଜଗାର ଅଭିଯାନ’ କାର୍ଯ୍ୟକାରୀ କରାଯିବ ବୋଲି ଜଣାପଡ଼ିଛି। କରୋନାରୁ ବର୍ତ୍ତିବା ଲାଗି ସାମାଜିକ ଦୂରତ୍ୱ ରକ୍ଷା ସହ ଅଧିକ ସଚେତନ ହେବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri