୧୮ ସପ୍ତାହରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୯୦ ହଜାର ଟପିଲା

ନୂଆଦିଲ୍ଲୀ,୧।୬: ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦେଶରେ ଗତ ୧୮ ସପ୍ତାହ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୯୦ ହଜାର ୬୨୨ରେ ପହଞ୍ଚିଛି। ଏହା କରୋନା ଓ୍ବାଲର୍‌ଡ ମିଟର ଡାଟାବେସ୍‌ରୁ ଦର୍ଶାଯାଇଛିି। ସେହିପରି ମୃତକଙ୍କ ସଂଖ୍ୟା ୫ ହଜାର ୪୦୮ ଛୁଇଁଛି। ଅପରପକ୍ଷରେ ୯୧ ହଜାର ୮୫୫ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଭାରତରେ ପ୍ରଥମ କରୋନା ସଂକ୍ରମିତଙ୍କୁ ଜାନୁୟାରୀ ୩୦ରେ ଚିହ୍ନଟ କରାଯାଇଥିଲା। ୩୧ ମେ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୯୦ ହଜାର ଟପିଛି। ପ୍ରତିଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା ଏବେ ୮ ହଜାରରୁ ଅଧିକ ହେବାରେ ଲାଗିଛି। ଏପରି ଜାରି ରହିଲେ ଆଉ ଗୋଟିଏ ଦିନ ପରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଛୁଇଁବାର ଆଶଙ୍କା ରହିଛି। ତେବେ ଭାରତରେ କରୋନା ସଂକ୍ରମଣ ହାର ଆମେରିକା ଏବଂ ଅନ୍ୟ ବିକଶିତ ଦେଶ ତୁଳନାରେ ଯଥେଷ୍ଟ କମ୍‌ ରହିଛି। ୧୮ ସପ୍ତାହ ମଧ୍ୟରେ ଆମେରିକାରେ ସଂକ୍ରମିତ ସଂଖ୍ୟା ୧୪ ଲକ୍ଷ ୭୭ ହଜାର ଟପିଥିଲା। ଭାରତରେ ୧୦୧ ଦିନରେ ସଂକ୍ରମିତଙ୍କ ସଂଖ୍ୟା ୬୪ ହଜାର ଥିବାବେଳେ ଆମେରିକାରେ ଏହା ୬୭ ଏବଂ ଚାଇନା ଏହି ସଂଖ୍ୟା ୨୮ ଦିନରେ ଛୁଇଁଥିଲା। ସେହିପରି ଭାରତରେ ୧୧୪ ଦିନରେ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୨୮ ହଜାର ଛୁଇଁଥିବାବେଳେ ଆମେରିକାରେ ୭୩ ଦିନରେ ଏହା ଘଟିଥିଲା। ଭାରତରେ ଲକ୍‌ଡାଉନ୍‌ ଯୋଗୁ ସ୍ଥିତି ନିୟନ୍ତ୍ରଣରେ ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri