୧୯୨ ଦେଶରେ କରୋନା: ୨୪ ଘଣ୍ଟାରେ ଆମେରିକାରେ ୧୦୦ ମୃତ

ଓ୍ବାଶିଂଟନ,୨୩।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଇତିମଧ୍ୟରେ ଏହା ୧୯୨ ଦେଶରେ ପହଞ୍ଚିଛି। କରୋନା ଯୋଗୁ ପୃଥିବୀରେ ମୃତ୍ୟୁ ସଂଖ୍ୟା ୧୪,୬୧୬ ହୋଇଥିବାବେଳେ ଇଟାଲିରେ ୫୦୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଆମେରିକାରେ ଧୀରେଧୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୧୦୦ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଏଠାରେ ୧୪,୫୫୦ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଫଳରେ ସଂକ୍ରମିତଙ୍କ ସଂଖ୍ୟା ଆମେରିକାରେ ୩୩,୨୭୬ ଛୁଇଁଛି। ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ କରୋନା ଭୂତାଣୁର ଭୟାବହତା ସମ୍ପର୍କରେ ପୂର୍ବରୁ ସୂଚନା ଦେଇଥିଲେ ସୁରକ୍ଷା ପଦକ୍ଷେପ ଗ୍ରହଣ କରାଯାଇ ପାରିଥାନ୍ତା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ କହିଛନ୍ତି।

Share