୧୯୬ ଦେଶରେ ମାରାଥନ୍‌ ଦୌଡ଼ି ବିଶ୍ୱ ରେକର୍ଡ

ଲଣ୍ଡନ: ସତରେ ଦୃଢ଼ ଇଚ୍ଛାଶକ୍ତି ମଣିଷକୁ ସଫଳତାର ଶୀର୍ଷରେ ପହଞ୍ଚାଇଥାଏ। କିଛି କରିବାର ଆକାଂକ୍ଷା ଅସମ୍ଭବକୁ ସମ୍ଭବ କରିଥାଏ। ଇଂଲଣ୍ଡର ନିକ୍‌ ବଟର ଏଭଳି କିଛି ଅସମ୍ଭବକୁ ସମ୍ଭବ କରିବା ସହ ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିପାରିଛନ୍ତି। ମାତ୍ର ୯୬ ସପ୍ତାହରେ ୧୯୬ ଦେଶରେ ମାରାଥନ୍‌ ଦୌଡ଼ି ବିଶ୍ୱ ରେକର୍ଡ କରିଛନ୍ତି ନିକ୍‌। ଭାରତ ସମେତ ୧୯୬ ଦେଶରେ ମାରାଥନ୍‌ ଦୌଡ଼ି ଯୋଗାଡ଼ କରିଥିବା ୨କୋଟି ୩୦ ଲକ୍ଷ ଟଙ୍କା କ୍ୟାନ୍‌ସର ପୀଡ଼ିତଙ୍କୁ ଦାନ କରିବେ ବୋଲି ନିକ୍‌ କହିଛନ୍ତି। ଏ ସମ୍ପର୍କରେ ନିକ୍‌ କୁହନ୍ତି, ୨୦୧୬ରେ କ୍ୟାନ୍‌ସର ରୋଗୀଙ୍କ ପାଇଁ ଫଣ୍ଡ ଯୋଗାଡ଼ କରୁଥିବା ବେଳେ କ୍ୟାନ୍‌ସର ପୀଡ଼ିତ କେବିନ୍‌ ଓ୍ବେବରଙ୍କ ସହ ତାଙ୍କ ଦେଖା ହୋଇଥିଲା। ସେତେବେଳେ କେବିନ୍‌ ଲାଷ୍ଟ ଷ୍ଟେଜ୍‌ କ୍ୟାନ୍‌ସରରେ ଆକ୍ରାନ୍ତ ହୋଇଥିଲେ। କେବିନ୍‌ ଓ ତାଙ୍କ ଭଳି ଅନେକଙ୍କୁ ସାହାଯ୍ୟ କରିବାକୁ ସ୍ଥିର କରି ନିକ୍‌ ବ୍ୟାଙ୍କ ଚାକିରି ଛାଡ଼ିଥିଲେ। ସେ ୨୦୧୮ ଜାନୁୟାରୀରେ କାନାଡ଼ାଠାରେ ଅନୁଷ୍ଠିତ ମାରାଥନ୍‌ରୁ ଯାତ୍ରା ଆରମ୍ଭ କରିଥିଲେ। ହାରାହାରି ସେ ପ୍ରତି ସପ୍ତାହରେ ୩ ନୂଆ ଦେଶରେ ୩ ମାରାଥନ୍‌ରେ ସାମିଲ ହୋଇଥିଲେ। ଗତ ୬୭୫ ଦିନରେ ନିକ୍‌ ୫୧ ଲକ୍ଷ ଷ୍ଟେପ୍‌ ଦୌଡ଼ି ୧୫ ଲକ୍ଷ କ୍ୟାଲୋରୀ ନଷ୍ଟ କରିଛନ୍ତି। ୧୯୬ ଦେଶକୁ ଯିବା ସମୟରେ ତାଙ୍କୁ ୧୦ଟି ପାସ୍‌ପୋର୍ଟ ଓ ୧୨୦ ଭିଜା ନେବାକୁ ପଡ଼ିଥିଲା। ଏହି ସମୟରେ ସେ ୨୦୧ ଫ୍ଲାଇଟ୍‌, ୪୫ ଟ୍ରେନ୍‌, ୧୫ ବସ୍‌ ଓ ୨୮୦ ଟ୍ୟାକ୍ସିରେ ଯାତ୍ରା କରିଥିଲେ। ନିକ୍‌ ୧୬ରୁ ୧୮ ଜୁଲାଇ ୨୦୧୯ରେ ଭାରତରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri