Posted inଜାତୀୟ

୧୯୯୧ର ରାଜନୈତିକ ଡ୍ରାମା ମନେ ପକାଇଦେଲା ଶରଦ ପାଓ୍ବାରଙ୍କ ଏନ୍‌ସିପି…

ମୁମ୍ବାଇ,୨୩।୧୧: ସମ୍ପ୍ରତି ମହାରାଷ୍ଟ୍ରରେ ହୋଇଥିବା ରାଜନୈତିକ ସ୍ଥିତି ୧୯୯୧ରେ କେନ୍ଦ୍ରରେ ଅବସ୍ଥା ସହିତ ମେଳ ଖାଉଛି। ସେତେବେଳେ ପ୍ରଧାନମନ୍ତ୍ରୀ ଡୋର ଧରିବା ନେଇ ହୋଇଥିବା ଡ୍ରାମାରେ ଶରଦ ପାଓ୍ବାର ପଛୁଆ ପଡ଼ିଯାଇଥିଲେ। ପ୍ରଧାନମନ୍ତ୍ରୀ ପଦ ପାଇଁ ଶରଦଙ୍କୁ ନେଇ ଚର୍ଚ୍ଚା ହେଉଥିବାବେଳେ ରାତାରାତି ସୋନିଆ ଗାନ୍ଧୀ ପି.ଭି. ନରସିଂହ ରାଓଙ୍କୁ ଏହି ପଦବୀରେ ବସାଇବା ଳାଗି ନିଷ୍ପତ୍ତି ନେଇଥିଲେ। ଏସମ୍ପର୍କରେ ଶରଦ ନିଜର ପୁସ୍ତକ ‘ଲାଇଫ୍‌ ଅନ୍‌ ମାଇଁ ଟର୍ମସ୍‌: ଫ୍ରମ୍‌ ଗ୍ରାସ୍‌ରୁଟ୍‌ ଆଣ୍ଡ କୋରିଡ଼ରର୍ସ ଅଫ୍‌ ପାଓ୍ବାର’ରେ ଉଲ୍ଲେଖ କରିଛନ୍ତି। ଗାନ୍ଧୀ ପରିବାର ଜଣେ ମୁକ୍ତ ଚିନ୍ତାଧାରା ରଖୁଥିବା ବ୍ୟକ୍ତିଙ୍କୁ ପ୍ରଧାନମନ୍ତ୍ରୀ ପଦରେ ବସାଇବାକୁ ଚାହୁଁ ନ ଥିବା ସେ ପୁସ୍ତକରେ ଲେଖିଛନ୍ତି। ସେହିପରି ଏବେ କଂଗ୍ରେସ-ଶିବସେନାକୁ ଝଟ୍‌କା ଦେଇ ଏନ୍‌ସିପି ଭାଜପାର ହାତ ଧରି ମହାରାଷ୍ଟ୍ରରେ ସରକାର ଗଠନ କରିଛି। ଅଜିତ୍‌ ପାଓ୍ବାର ଭାଜପା ସହିତ ଗୁପ୍ତ ବୁଝାମଣା କରି ପୁଣି ଥରେ ଦେବେନ୍ଦ୍ର ଫଡ଼ନବିସଙ୍କୁ ମୁଖ୍ୟମନ୍ତ୍ରୀ କରାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ସେଥିପାଇଁ ଅଜିତ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ ପଦ ମିଳିଛି। ଅଜିତ୍‌ କହିଛନ୍ତି ଯେ, ଏସମ୍ପର୍କରେ ଶରଦଙ୍କୁ ପୂର୍ବରୁ ଜଣାଇଥିଲେ। ତେବେ ଏହାକୁ ଶରଦ ଅସ୍ବୀକାର କରିଛନ୍ତି। ମାତ୍ର ଅଜିତ୍‌ଙ୍କ ଏଭଳି ମନ୍ତବ୍ୟ ଶରଦଙ୍କ ଲାଗି ସମସ୍ୟା ସୃଷ୍ଟି କରିପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri