୧୯ ପର୍ଯ୍ୟନ୍ତ ସ୍ବଳ୍ପ ବର୍ଷା, ୩୫ ଡିଗ୍ରୀ ଟପିଲା ତାତି

ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜ୍ୟରେ ଏବେ ବିଭିନ୍ନ ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେଉଛି। ଏହିଭଳି ବର୍ଷା ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଲାଗି ରହିବ। ସୋମବାର କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱରରେ ବର୍ଷା ହେବାର ସମ୍ଭାବନା ରହିଛି। ବାକି ସ୍ଥାନରେ ପାଗ ଶୁଖିଲା ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଶଙ୍କା କରାଯାଇଛି। ସେହିପରି ମଙ୍ଗଳବାର ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମୟୂରଭଞ୍ଜରେ ବର୍ଷା ହେବ। ବୁଧବାର ବରଗଡ଼, ବଲାଙ୍ଗୀର, ସୋନପୁର, ଝାରସୁଗୁଡ଼ା, କଳାହାଣ୍ଡି, ବୌଦ୍ଧ, ସୁନ୍ଦରଗଡ଼, କନ୍ଧମାଳ, ନବରଙ୍ଗପୁର, କୋରାପୁଟରେ ବର୍ଷା ହେବ। ସେହିଦିନ ବରଗଡ଼, ବଲାଙ୍ଗୀର, ସୋନପୁର ସୁନ୍ଦରଗଡ଼, ଝାରସୁଗୁଡ଼ା, ବୌଦ୍ଧ ଓ କଳାହାଣ୍ଡିରେ ଝଡ଼ତୋଫାନ ସହିତ ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏସବୁ ଜିଲାରେ ୩୦ରୁ ୪୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେଥିପାଇଁ ଏ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଗୁରୁବାର ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି। ସେହିଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଢେଙ୍କାନାଳ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମରେ ବଜ୍ରପାତ ସହ ୩୦ରୁ ୪୦କିମି ପବନ ବହିବ। ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ସେହିଦିନ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ସୋନପୁର, ବୌଦ୍ଧ, କଟକ, କଳାହାଣ୍ଡି, ରାୟଗଡ଼ା ଓ ଗଜପତିରେ ମଧ୍ୟ ବଜ୍ରପାତ ହେବ। ତେଣୁ ଏସବୁ ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ତାପମାତ୍ରା ବଢ଼ୁଥିବାବେଳେ ରବିବାର ମାଲକାନଗିରିରେ ସର୍ବାଧିକ ୩୫.୮ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri