Posted inଖେଳ

୧୯ ବର୍ଷରୁ କମ୍‌ ଏସିଆ କପ: ଆଜାଦ୍‌, ତିଲକଙ୍କ ଶତକ: ପାକିସ୍ତାନକୁ ହରାଇଲା ଭାରତ

କଲମ୍ବୋ, ୮।୯- ୧୯ ବର୍ଷରୁ କମ୍‌ ଏସିଆ କପ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟରେ ଶନିବାର ଅନୁଷ୍ଠିତ ଏକ ହାଇଭୋଲଟେଜ୍‌ ମ୍ୟାଚ୍‌ରେ ଭାରତ ୬୦ ରନରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ମାତ୍‌ ଦେଇଛି। ଅର୍ଜୁନ ଆଜାଦ୍‌ ଓ ତିଳକ ବର୍ମାଶଥକ ହାସଲ କରି ଭାରତୀୟ ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଟୁର୍ନାମେଣ୍ଟରେ ଭାରତର ଏହା ୨ୟ ବିଜୟ। ଏଥିପୂର୍ବରୁ ଭାରତ ଏହାର ପ୍ରଥମ ମ୍ୟାଚ୍‌ରେ କୁଏତ୍‌କୁ ପରାସ୍ତ କରିଥିଲା। ଭାରତ ବର୍ତ୍ତମାନ ସୁଦ୍ଧା ୨ ମ୍ୟାଚ୍‌ରୁ ୪ ପଏଣ୍ଟ ପାଇ ରନ୍‌ରେଟ୍‌ ଭିତ୍ତିରେ ଆଫଗାନିସ୍ତାନ (୪ ପଏଣ୍ଟ) ପଛକୁ ଗ୍ରୁପ୍‌-ଏ’ରେ ଦ୍ୱିତୀୟ ସ୍ଥାନରେ ରହିଛି। ଭାରତ ଏହାର ପରବର୍ତ୍ତୀ ମ୍ୟାଚ୍‌ରେ ସୋମବାର ଆଫଗାନିସ୍ତାନକୁ ଭେଟିବ।
ସ୍ଥାନୀୟ ତ୍ରୋନେ ଫର୍ନାଣ୍ଡୋ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ଧ୍ରୁବ ଜୁରେଲ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଓପନର୍‌ ଅର୍ଜୁନ ଆଜାଦ୍‌ ଓ ୩ ନମ୍ବର ସ୍ଥାନରେ ବ୍ୟାଟିଂ କରିବାକୁ ଆସିଥିବା ତିଲକଙ୍କ ଦମ୍‌ଦାର ଶତକ ବଳରେ ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୯ ଉଇକେଟ୍‌ ହରାଇ ୩୦୫ ରନ୍‌ କରିଥିଲା। ଆଜାଦ୍‌ ୧୧୧ ବଲରୁ ୧୨୧ ଓ ତିଲକ ୧୧୯ ବଲରୁ ୧୧୦ ରନ କରିଥିଲେ। ପାକିସ୍ତାନ ପକ୍ଷରୁ ନସିମ୍‌ ଶାହ ଓ ଆବାସ ଆଫ୍ରିଦୀ ୩ଟି ଲେଖାଏ ଉଇକେଟ୍‌ ଅକ୍ତିଆର କରିଥିଲେ। ଜବାବରେ ପାକିସ୍ତାନ ଅଧିନାୟକ ରୋହେଲ ନାଜିର (୧୧୭ ରନ)ଙ୍କ ଶଥକ ସତ୍ତ୍ୱେ ୪୬.୪ ଓଭରରେ ୨୪୫ ରନ କରି ଅଲ୍‌ଆଉଟ୍‌ ହୋଇଯାଇଥିଲା। ବିଜୟୀ ଭାରତ ପକ୍ଷରୁ ବାମହାତୀ ସ୍ପିନର ଅଥର୍ବ ଆଙ୍କୋଲେକର ୩ ଏବଂ ବିଦ୍ୟାଧର ପାଟିଲ ଓ ସୁଶାନ୍ତ ମିଶ୍ର ୨ଟି ଲେଖାଏ ଉଇକେଟ୍‌ ଅକ୍ତିଆର କରିଥିଲେ। ଆଜାଦ୍‌ଙ୍କୁ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ପୁରସ୍କାର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

“ଦୋସା ଇଡ୍‌ଲି ସାମ୍ବର ଚଟଣି” ଗୀତକୁ ନେଇ CSK-RCB ମଧ୍ୟରେ ବିବାଦ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: : ଚଳିତ IPL ୨୦୨୬ ସିଜିନ ସମୟରେ ଚେନ୍ନାଇ ସୁପର କିଙ୍ଗସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ନୂତନ ବିବାଦ ଦେଖାଦେଇଛି। ଚେନ୍ନାଇ…

ମୁଁ ୧୦୦ ପ୍ରତିଶତ ଫିଟ୍‌ ନାହିଁ: ଚାଞ୍ଚଲ୍ୟକର ଖୁଲାସା କଲେ କୋହଲି

ନୂଆଦିଲ୍ଲୀ,୧୭।୪: ୨୦୨୬ ଆଇପିଏଲ ସିଜିନରେ ବିରାଟ କୋହଲିଙ୍କ ବ୍ୟାଟିଂ ସଫଳ ହୋଇଛି। ତାଙ୍କ ବ୍ୟାଟିଂକୁ ବହୁତ ପ୍ରଶଂସା ମିଳୁଥିଲେ ମଧ୍ୟ ତାଙ୍କ ଫିଟନେସକୁ ମଧ୍ୟ ସମାନ ଭାବରେ…

ପଡ଼ିଆ ମଝିରେ ହାର୍ଦ୍ଦିକ ପାଣ୍ଡ୍ୟା- ବୁମ୍‌ରାଙ୍କ ମଧ୍ୟରେ ହେଲା ଭୟଙ୍କର ଝଗଡ଼ା! କାରଣ ଜାଣିଲେ…

ନୂଆଦିଲ୍ଲୀ,୧୭।୪: IPL ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏପର୍ଯ୍ୟନ୍ତ କିଛି ଭଲ ଚାଲିନାହିଁ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଦଳ ଲଗାତାର ଚାରୋଟି ମ୍ୟାଚ ହାରିଛି। ବିଶ୍ୱର ସବୁଠାରୁ…

ମୁମ୍ୱାଇକୁ ହରାଇଲା ପଞ୍ଜାବ

ମୁମ୍ୱାଇ,୧୬ା୪: ପ୍ରଭସିମରନ ସିଂ ଓ ଅଧିନାୟକ ଶ୍ରେୟସ ଆୟାରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ…

ଡି’ କକ୍‌ଙ୍କ ଅପରାଜିତ ଶତକ

ମୁମ୍ୱାଇ,୧୬ା୪: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଓ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ପରସ୍ପରକୁ ଭେଟିଛନ୍ତି। କ୍ୱିଣ୍ଟନ ଡି’ କକ୍‌ଙ୍କ ଅପରାଜିତ ଶତକ…

ଫିଫା ମୁଖ୍ୟଙ୍କ ବଡ଼ ସୂଚନା: ବିଶ୍ୱକପ୍‌ ଖେଳିବ ଇରାନ୍‌

ପ୍ୟାରିସ୍‌,୧୬ା୪: ଆସନ୍ତା ଜୁନ ୧୧ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ରେ ଇରାନ୍‌ ଖେଳିବ। ଏ ନେଇ ଫିଫା ମୁଖ୍ୟ ଜିଆନି ଇନ୍‌ଫାଣ୍ଟିନୋ ଗୁରୁବାର ସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri