Posted inଖେଳ

୧୯ ବର୍ଷରୁ କମ୍‌ କ୍ରିକେଟ: ଜଇସ୍ବାଲଙ୍କ ଅଲରାଉଣ୍ଡ ପ୍ରଦର୍ଶନ, ଭାରତ ସିରିଜ ବିଜୟୀ

ଇଷ୍ଟ ଲଣ୍ଡନ, ୨୮ା୧୨ (ପି.ଟି.)- ସ୍ଥାନୀୟ ବଫାଲୋ ପାର୍କଠାରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଯୁବ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଯଶସ୍ବୀ ଜଇସ୍ବାଲଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ଭାରତର ୧୯ ବର୍ଷରୁ କମ୍‌ କ୍ରିକେଟ ଦଳ ୮ ଉଇକେଟରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଏଥିସହିତ ଦଳ ସରିଜ ବିଜୟୀ ହୋଇଛି। ଭାରତର ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଦଳରେ ସ୍ଥାନ ପାଇଥିବା ଜଇସ୍ବାଲ ଶନିବାର ୧୮ବର୍ଷରେ ପଦାର୍ପଣ କରିଛନ୍ତି। ତାଙ୍କ ଚମତ୍କାର ସ୍ପିନ ବୋଲିଂ ଯୋଗୁ ପ୍ରଥମେ ବ୍ୟାଟିଂ କରିଥିବା ଘରୋଇ ଦକ୍ଷିଣ ଆଫ୍ରିକା ୧୯ ବର୍ଷରୁ କମ୍‌ ଦଳ ୨୯.୫ ଓଭରରେ ୧୧୯ ରନ କରି ଅଲଆଉଟ ହୋଇଯାଇଥିଲା। ଅନ୍ୟ ବୋଲରଙ୍କ ମଧ୍ୟରେ ଆକାଶ ସିଂ, ଏଭି ଆଙ୍କୋଲେକର ଏବଂ ରବି ବିଶ୍ନୋଇ ପ୍ରତ୍ୟେକ ଦୁଇଟି ଲେଖାଏଁ ଉଇକେଟ ଅକ୍ତିଆର କରିଥିଲେ। ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବା ଦକ୍ଷିଣ ଆଫ୍ରିକା ଦଳର ପ୍ରଥମ ଡାଉନ୍‌ ଖେଳାଳି ଜୋନାଥନ ବାର୍ଡ ସର୍ବାଧିକ ୨୫ରନ କରିଥିଲେ। ଓପନର ଆଣ୍ଡ୍ର୍ୟୁ ଲୋ ୨୪ ରନ କରିଥିଲେ। ଦଳର ୬ ଜଣ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ସ୍ପର୍ଶ କରିପାରି ନ ଥିଲେ। ୧୨୦ରନର ସହଜ ସାଧ୍ୟ ବିଜୟ ଲକ୍ଷ୍ୟକୁ ଭାରତ ମାତ୍ର ୧୬.୨ ଓଭରରେ ୨ ଉଇକେଟ ବିନିମୟରେ ହାସଲ କରିନେଇଥିଲା। ଜଇସ୍ବାଲ ୫୬ ବଲ୍‌ର ସାମ୍ନା କରି ୧୪ ଚୌକା ଓ ୩ ଛକା ସହ ସର୍ବାଧିକ ୮୯ରନ କରି ଅପରାଜିତ ରହିଥିଲେ। ଧ୍ରୁବ ଜୁରେଲ ୨୬ରନ କରି ଅପରାଜିତ ରହିଥିଲେ। ଅଧିନାୟକ ପ୍ରିୟମ ଗର୍ଗ ବିନା କୌଣସି ରନରେ ଆଉଟ ହୋଇଥିଲେ। ଭାରତର ୧୯ ବର୍ଷରୁ କମ୍‌ ଦଳ ଶୁକ୍ରବାର ଖେଳାଯାଇଥିବା ପ୍ରଥମ ମ୍ୟାଚରେ ଦକ୍ଷିଣଆଫ୍ରିକାକୁ ୯ ଉଇକେଟରେ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri