Posted inଖେଳ

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌: ଭାରତର ବିଜୟ ଅଭିଯାନ

ବ୍ଲୋଏମ୍‌ଫୋଣ୍ଟେନ,୨୦।୧(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଆରମ୍ଭ ହୋଇଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ର ୧୩ତମ ସଂସ୍କରଣରେ ଗତଥରର ଚାମ୍ପିୟନ ଭାରତ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଅଧିନାୟକ ପ୍ରିୟମ ଗର୍ଗ (୫୬), ଓପନର ୟଶସ୍ବୀ ଜୈସୁଆଲ (୫୯) ଓ ଉଇକେଟ କିପର ଧ୍ରୁବ ଜୁରେଲ (ଅପରାଜିତ ୫୨)ଙ୍କ ଅର୍ଦ୍ଧଶତକ ସହାୟତାରେ ଭାରତ ତା’ର ପ୍ରଥମ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୯୦ ରନରେ ପରାସ୍ତ କରିଛି। ଅଲରାଉଣ୍ଡ ପ୍ରଦର୍ଶନ କରି ଭାରତ ଏହି ବିଜୟ ସହ ୨ ପଏଣ୍ଟ ହାସଲ କରିଛି। ମଙ୍ଗଳବାର ଭାରତ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ଜାପାନକୁ ଭେଟିବ।
ସ୍ଥାନୀୟ ମାନଗୁଆଙ୍ଗ ଓଭାଲ ଗ୍ରାଉଣ୍ଡରେ ରବିବାର ଖେଳାଯାଥିବା ଗ୍ରୁପ୍‌ ଏ’ର ଏକ ମ୍ୟାଚ୍‌ରେ ଟସ୍‌ ହାରି ବ୍ୟାଟିଂ କରିବାକୁ ଆମନ୍ତ୍ରଣ ପାଇଥିବା ଭାରତ ୪ ଉଇକେଟ ହରାଇ ୨୯୭ ରନ ସଂଗ୍ରହ କରିଥିଲା। ଜବାବରେ ଶ୍ରୀଲଙ୍କା ୪୫.୨ ଓଭରରେ ୨୦୭ ରନ କରି ଅଲଆଉଟ ହେବା ସହ ଆତ୍ମସମର୍ପଣ କରିଛି। ଶ୍ରୀଲଙ୍କା ତରଫରୁ ୍ରଅଧିନାୟକ ନିପୁନ ଧନଞ୍ଜୟ ସର୍ବାଧିକ ୫୦, ରବିନ୍ଦୁ ରସନ୍ଥା ୪୯, ଉଇକେଟକିପର କାମିଲ ମିଶାରା ୩୯ ରନ ସଂଗ୍ରହ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ବୋଲିଂରେ ଭାରତ ତରଫରୁ ଆକାଶ ସିଂ, ସିଦ୍ଧେଶ ବୀର, ରବି ବିଷ୍ନୋଇ ଦୁଇଟି ଲେଖାଏ, କାର୍ତ୍ତିକ ତ୍ୟାଗୀ, ସୁଶାନ୍ତ ମିଶ୍ରା ଓ ଜୈସୁଆଲ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ଭାରତ ତରଫରୁ ଅନ୍ୟମାନଙ୍କ ମଧ୍ୟରେ ଦିବ୍ୟାଂଶ ସାକସେନା ୨୩, ତିଳକ ବର୍ମା ୪୬ ଓ ସିଦ୍ଧେଶ ବୀର ଅପରାଜିତ ୪୪ ରନର ଗୁରୁତ୍ୱପୂର୍ଣ୍ଣ ପାଳି ଖେଳିଥିଲେ। ବୋଲିଂରେ ଶ୍ରୀଲଙ୍କା ତରଫରୁ ଅମଶି ଡି ସିଲଭା, ଅଶିଆନ ଡାନିଏଲ, ଦିଲସାନ ମଦୁଶଙ୍କା, କାଭିନ୍ଦୁ ନାଦିଶାନ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଭାରତ ୫୦ ଓଭରରେ ୨୯୭/୪
(ଜୟସୁଓ୍ବାଲ- ୫୯, ଗର୍ଗ- ୫୬, ଜୁରେଲ- ୫୨*, ବୀର- ୪୪*, ତିଲକ- ୪୬, ସିଲଭା- ୧/୪୦, ଡାନିଏଲ- ୧/୩୯, ମଦୁଶଙ୍କା- ୧/୬୯, ନାଦିଶାନ- ୧/୫୮)।
ଶ୍ରୀଲଙ୍କା ୪୫.୨ ଓଭରରେ ୨୦୭ ଅଲଆଉଟ
(ନିପୁନ- ୫୦, ରସନ୍ଥା- ୪୯, ଆକାଶ- ୨/୨୯, ବୀର- ୨/୩୪, ବିଷ୍ନୋଇ- ୨/୪୪)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ ବିପକ୍ଷ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷିତ, ଦଳକୁ ଫେରିଲେ ଏହି ଖେଳାଳି ଜାଣନ୍ତୁ…

ଓ୍ବେଲିଂଟନ,୧୨ା୧୦: ଆସନ୍ତା ୨୨ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଦିନିକିଆ କ୍ରିକେଟ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଫିନ ଆଲେନ, ଲୋକି…

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ସଞ୍ଜୁଙ୍କ ସ୍ଥାନ ନେବେ କି ବୈଭବ? ଚତୁର୍ଥ T20 ପୂର୍ବରୁ ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୨ା୧୦: ଇନ୍ଦୋରରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍‌କୁ ହରାଇ ଭାରତୀୟ ଦଳ ସିରିଜ୍‌ରେ ୨-୧ରେ ଆଗୁଆ ହୋଇଛି । ତେବେ ଦଳର ଓପନିଂ ଯୋଡ଼ିକୁ ନେଇ…

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?