Posted inଖେଳ

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌: ଭାରତର ବିଜୟ ଅଭିଯାନ

ବ୍ଲୋଏମ୍‌ଫୋଣ୍ଟେନ,୨୦।୧(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଆରମ୍ଭ ହୋଇଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ର ୧୩ତମ ସଂସ୍କରଣରେ ଗତଥରର ଚାମ୍ପିୟନ ଭାରତ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଅଧିନାୟକ ପ୍ରିୟମ ଗର୍ଗ (୫୬), ଓପନର ୟଶସ୍ବୀ ଜୈସୁଆଲ (୫୯) ଓ ଉଇକେଟ କିପର ଧ୍ରୁବ ଜୁରେଲ (ଅପରାଜିତ ୫୨)ଙ୍କ ଅର୍ଦ୍ଧଶତକ ସହାୟତାରେ ଭାରତ ତା’ର ପ୍ରଥମ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୯୦ ରନରେ ପରାସ୍ତ କରିଛି। ଅଲରାଉଣ୍ଡ ପ୍ରଦର୍ଶନ କରି ଭାରତ ଏହି ବିଜୟ ସହ ୨ ପଏଣ୍ଟ ହାସଲ କରିଛି। ମଙ୍ଗଳବାର ଭାରତ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ଜାପାନକୁ ଭେଟିବ।
ସ୍ଥାନୀୟ ମାନଗୁଆଙ୍ଗ ଓଭାଲ ଗ୍ରାଉଣ୍ଡରେ ରବିବାର ଖେଳାଯାଥିବା ଗ୍ରୁପ୍‌ ଏ’ର ଏକ ମ୍ୟାଚ୍‌ରେ ଟସ୍‌ ହାରି ବ୍ୟାଟିଂ କରିବାକୁ ଆମନ୍ତ୍ରଣ ପାଇଥିବା ଭାରତ ୪ ଉଇକେଟ ହରାଇ ୨୯୭ ରନ ସଂଗ୍ରହ କରିଥିଲା। ଜବାବରେ ଶ୍ରୀଲଙ୍କା ୪୫.୨ ଓଭରରେ ୨୦୭ ରନ କରି ଅଲଆଉଟ ହେବା ସହ ଆତ୍ମସମର୍ପଣ କରିଛି। ଶ୍ରୀଲଙ୍କା ତରଫରୁ ୍ରଅଧିନାୟକ ନିପୁନ ଧନଞ୍ଜୟ ସର୍ବାଧିକ ୫୦, ରବିନ୍ଦୁ ରସନ୍ଥା ୪୯, ଉଇକେଟକିପର କାମିଲ ମିଶାରା ୩୯ ରନ ସଂଗ୍ରହ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ବୋଲିଂରେ ଭାରତ ତରଫରୁ ଆକାଶ ସିଂ, ସିଦ୍ଧେଶ ବୀର, ରବି ବିଷ୍ନୋଇ ଦୁଇଟି ଲେଖାଏ, କାର୍ତ୍ତିକ ତ୍ୟାଗୀ, ସୁଶାନ୍ତ ମିଶ୍ରା ଓ ଜୈସୁଆଲ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ଭାରତ ତରଫରୁ ଅନ୍ୟମାନଙ୍କ ମଧ୍ୟରେ ଦିବ୍ୟାଂଶ ସାକସେନା ୨୩, ତିଳକ ବର୍ମା ୪୬ ଓ ସିଦ୍ଧେଶ ବୀର ଅପରାଜିତ ୪୪ ରନର ଗୁରୁତ୍ୱପୂର୍ଣ୍ଣ ପାଳି ଖେଳିଥିଲେ। ବୋଲିଂରେ ଶ୍ରୀଲଙ୍କା ତରଫରୁ ଅମଶି ଡି ସିଲଭା, ଅଶିଆନ ଡାନିଏଲ, ଦିଲସାନ ମଦୁଶଙ୍କା, କାଭିନ୍ଦୁ ନାଦିଶାନ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଭାରତ ୫୦ ଓଭରରେ ୨୯୭/୪
(ଜୟସୁଓ୍ବାଲ- ୫୯, ଗର୍ଗ- ୫୬, ଜୁରେଲ- ୫୨*, ବୀର- ୪୪*, ତିଲକ- ୪୬, ସିଲଭା- ୧/୪୦, ଡାନିଏଲ- ୧/୩୯, ମଦୁଶଙ୍କା- ୧/୬୯, ନାଦିଶାନ- ୧/୫୮)।
ଶ୍ରୀଲଙ୍କା ୪୫.୨ ଓଭରରେ ୨୦୭ ଅଲଆଉଟ
(ନିପୁନ- ୫୦, ରସନ୍ଥା- ୪୯, ଆକାଶ- ୨/୨୯, ବୀର- ୨/୩୪, ବିଷ୍ନୋଇ- ୨/୪୪)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri