Posted inଖେଳ

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌: ଭାରତ- ପାକିସ୍ତାନ ସେମିଫାଇନାଲ

ବେନୋଇ,୧।୨(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ର ସେମିଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ ଉପମହାଦେଶର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିବେ। ଫାଇନାଲ ଟିକେଟ ପାଇଁ ଆସନ୍ତା ୪ ତାରିଖରେ ଏହି ଦୁଇ ଦଳ ପୋଚେଫ୍ସଟ୍ରୁମ୍‌ରେ ମୁହଁାମୁହିଁ ହେବେ। ଗତଥରର ଚାମ୍ପିୟନ ଭାରତ ପୂର୍ବରୁ କ୍ୱାର୍ଟର ଫାଇନାଲରେ ଅଷ୍ଟ୍ରେଲିଆକୁ ହରାଇ ସେମିକୁ ଉଠିଥିଲା। ସେହିପରି ଦ୍ୱିତୀୟ ସେମିଫାଇନାଲରେ ନ୍ୟୁଜିଲାଣ୍ଡ ଓ ବାଂଲାଦେଶ ୬ ତାରିଖରେ ପରସ୍ପରକୁ ଭେଟିବା ସ୍ପଷ୍ଟ ହୋଇଛି।
ଶୁକ୍ରବାର ଏଠାରେ ଖେଳାଯାଇଥିବା ଅନ୍ତିମ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ପାକିସ୍ତାନ ୫୩ଟି ବଲ ବାକିରଖି ୬ ଉଇକେଟରେ ଆଫଗାନିସ୍ତାନକୁ ହରାଇ ସେମିକୁ ଉଠିଛି। ଟସ୍‌ ଜିତି ଆଫଗାନିସ୍ତାନ ପ୍ରଥମେ ବ୍ୟାଟିଂ କରି ୪୯.୧ ଓଭରରେ ୧୮୯ ରନ କରି ଅଲ୍‌ଆଉଟ ହୋଇଥିଲା। ଦଳ ତରଫରୁ ଅଧିନାୟକ ଫରହାନ ଜଖିଲ ୪୦ ରନ ସଂଗ୍ରହ କରିଥିଲେ। ପାକିସ୍ତାନ ତରଫରୁ ମହମ୍ମଦ ଆମୀର ଖାଁ ସର୍ବାଧିକ ୩, ଫହାଦ ମୁନିର ୨ ଉଇକେଟ ଅକ୍ତିଆର କରିଥିଲେ।
ଜବାବରେ ବ୍ୟାଟିଂ ଆରମ୍ଭ କରି ପାକିସ୍ତାନ ୪୧.୧ ଓଭରରେ ୪ ଉଇକେଟ ହରାଇ ୧୯୦ ରନ କରି ବିଜୟୀ ହୋଇଥିଲା। ଦଳ ତରଫରୁ ମହମ୍ମଦ ହୁରାଇରା ସର୍ବାଧିକ ୬୪ ରନ ସଂଗ୍ରହ କରିଥିବା ବେଳେ ଆଫଗାନିସ୍ତାନର ନୁର ଅହମ୍ମଦ ୨ଟି ଉଇକେଟ ଅକ୍ତିଆର କରିଥିଲେ। ଏହି ବିଶ୍ୱକପ୍‌ରେ ଭାରତ ସର୍ବାଧିକ ୪ଟି ଟାଇଟଲ ହାସଲ କରି ସଫଳତମ ଦଳ ସାବ୍ୟସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri