Posted inଖେଳ

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌: ୧୦ ଉଇକେଟରେ ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ପୋଚେଫ୍ସଟ୍ରୁମ୍‌,୪।୨(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ଗତଥରର ଚାମ୍ପିୟନ ଭାରତ ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ ବୋଲିଂ ଓ ପରେ ବ୍ୟାଟିଂରେ ଉଚ୍ଚକୋଟୀର ପ୍ରଦର୍ଶନ କରି ଭାରତ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ପରାସ୍ତ କରି ଫାଇନାଲ ଟିକେଟ ହାସଲ କରିଛି। ସ୍ଥାନୀୟ ସେନଓ୍ବେଜ ପାର୍କ ଗ୍ରାଉଣ୍ଡରେ ମଙ୍ଗଳବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୦ ଉଇକେଟରେ ପାକିସ୍ତାନକୁ ହାରାଇଛି। ସର୍ବାଧିକ ୪ଥର ବିଶ୍ୱକପ୍‌ ଟାଇଟଲ ହାସଲ କରିଥିବା ଭାରତ ଏହି ମ୍ୟାଚ୍‌ରେ ସମ୍ପୂର୍ଣ୍ଣ ରୂପେ ପ୍ରଭାବ ବିସ୍ତାର କରି ଖେଳିବା ସହ ପାକିସ୍ତାନକୁ କୌଣସି ସୁଯୋଗ ଦେଇ ନ ଥିଲା। ଆସନ୍ତା ରବିବାର ଫାଇନାଲ ମୁକାବିଲାରେ ଭାରତ ନ୍ୟୁଜିଲାଣ୍ଡ କିମ୍ବା ବାଂଲାଦେଶକୁ ଭେଟିବ। ଗୁରୁବାର ଖେଳାଯିବାକୁ ଥିବା ଦ୍ୱିତୀୟ ସେମିଫାଇନାଲରେ ଏହି ଦୁଇ ଦଳ ପରସ୍ପରକୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

ପ୍ରଥମେ ବ୍ୟାଟିଂ କରିଥିବା ପାକିସ୍ତାନ ଭାରତୀୟ ବୋଲରଙ୍କ ସମ୍ମୁଖୀନ ହୋଇପାରି ନ ଥିଲା। ଦଳର ୮ଜଣ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ଛୁଇଁପାରି ନ ଥିଲେ। ଦଳର ଦରଫରୁ ଓପନର ହାଇଦର ଅଲୀ ୫୬ ଓ ଅଧିନାୟକ ତଥା ଉଇକେଟକିପର ରୋହେଲ ନାଜିର ୬୨ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ସେହପରି ମହମ୍ମଦ ହାରିସ୍‌ ୨୧ ରନ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ବୋଲିଂରେ ଭାରତ ତରଫରୁ ସୁଶାନ୍ତ ମିଶ୍ରା ୩, କାର୍ତ୍ତିକ ତ୍ୟାଗୀ ଓ ରବି ବିଷ୍ଣୋଇ ୨ଟି ଲେଖାଏ, ଅଥର୍ବ ଅଙ୍କୋଲେକର ଓ ଜୟସୁଆଲ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri