Posted inଖେଳ

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ପାଇଁ ବାଂଲାଦେଶକୁ ୧୭୮ ରନ୍‌ ଦରକାର

ପୋଚଫ୍ସଷ୍ଟ୍ରୁମ,୯।୨- ଚଳିତ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଭାରତ ମାତ୍ର ୧୭୭ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ପ୍ରଥମ ଥର କୌଣସି ଆଇସିସି ଇଭେଣ୍ଟର ଫାଇନାଲ ଖେଳୁଥିବା ବାଂଲାଦେଶକୁ ଇତିହାସ ରଚିବା ପାଇଁ ୧୭୮ ରନ୍‌ ଦରକାର। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଏକଦା ୧ ଉଇକେଟ ହରାଇ ୧୦୩ ରନ୍‌ କରିଥିଲା। ଲାଗୁଥିଲା ବଡ଼ ସ୍କୋର କରିବ। କିନ୍ତୁ ଟିମ୍‌ ଇଣ୍ଡିଆର ବ୍ୟାଟିଂ ଲାଇନ ତାସ ଘର ଭଳି ଭୁଷୂଡ଼ି ପଡ଼ିଥିଲା। ଫଳରେ ଦଳ ୪୭.୨ ଓଭରରେ ୧୭୭ ରନ୍‌ରେ ସୀମିତ ରହିଥିଲା। ଯଶସ୍ବୀ ଜୟସ୍ବାଲ ସର୍ବାଧିକ ୮୮, ତିଲକ ବର୍ମା ୩୮ ଓ ଧ୍ରୁବ ଜୁରେଲ ୨୨ ରନ୍‌ କରିଥିଲେ। ଅନ୍ୟ କେହି ଦୁଇ ଅଙ୍କ ସ୍କୋର ସ୍ପର୍ଶ କରିପାରି ନ ଥିଲେ। ବାଂଲାଦେଶ ପକ୍ଷରୁ ଅଭିଷେକ ଦାସ ୩ ଉଇକେଟ ନେଇଥିବାବେଳେ ତାନଜିମ ହସନ ସାକିବ ଓ ଶାରିଫୁଲ ଇସଲାମ ୨ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri