୧ କୋଟି ମର୍ଚ୍ଚାଣ୍ଟଙ୍କ ନିକଟରେ ପହଞ୍ଚିବ ମାଷ୍ଟରକାର୍ଡ

ଭୁବନେଶ୍ୱର,୨୫-୧: ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହନ ପୂର୍ବକ ପ୍ରମୁଖ କମ୍ପାନୀ ମାଷ୍ଟର କାର୍ଡ ସାରା ଦେଶରେ କ୍ୟାଶଲେସ ଇଣ୍ଡିଆ ଅଭିଯାନ ଆରମ୍ଭ କରିଛି। ଏହା ଦ୍ୱାରା କମ୍ପାନୀ ଚଳିତ ବର୍ଷ ଶେଷ ସୁଦ୍ଧା ୧ କୋଟି ମର୍ଚ୍ଚାଣ୍ଟଙ୍କ ନିକଟରେ ପହଞ୍ଚିବାକୁ ଲକ୍ଷ୍ୟ ରଖିଛି। ଗତ ସେପ୍ଟେମ୍ବରରେ ଏହି ଅଭିଯାନକୁ କମ୍ପାନୀ ଆରମ୍ଭ କରିଥିବା ବେଳେ ବର୍ତ୍ତମାନ ପ୍ରାୟ ୭୦ ଲକ୍ଷ ମର୍ଚ୍ଚାଣ୍ଟଙ୍କ ନିକଟରେ ପହଞ୍ଚିଥିବା ଏହାର ଦକ୍ଷିଣ ଏସିଆ ପ୍ରଡକ୍ଟ ପରିଚାଳନା ଉପସଭାପତି ସୂଚନା ଦେଇଛନ୍ତି। ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ସେ କହିଛନ୍ତି, କନଫେଡେରେଶନ ଅଫ ଅଲ୍‌ ଇଣ୍ଡିଆ ଟ୍ରେଡର୍ସ (ସିଏଆଇଟି) ସହ ଚୁକ୍ତିରେ ସାମିଲ ହୋଇଛି। ଏମାନଙ୍କୁ ଡିଜିଟାଲ ନେଣଦେଣ ଗ୍ରହଣ ଦିଗରେ ପ୍ରୋତ୍ସାହିତ କରାଯାଉଛି। ଏଥି ଲାଗି ସାରା ଦେଶରେ ରୋଡ ଶୋ ଆୟୋଜନ ହେଉଛି। ଭୁବନେଶ୍ୱର ୟୁନିଟ -୧ ମାର୍କେଟ ଏବଂ ବାପୁଜୀ ନଗରରେ ଏଭଳି ରୋଡ ଶୋ ଆୟୋଜନ କରାଯାଇଛି। ଡିଜିଟାଲ ପେମେଣ୍ଟ ବୃଦ୍ଧି ଉପରେ ସୂଚନା ଦେଇ ସେ କହିଛନ୍ତି, ବିମୁଦ୍ରୀକରଣ ପରେ ବଡ ସହର ସମେତ ଟାୟାର ୨ ସହରଗୁଡିକରେ ଡିଜିଟାଲ କାରବାର ଉଲ୍ଲେଖନୀୟ ଅଭିବୃଦ୍ଧି ହୋଇଛି। ଜାତୀୟ ହାର ତୁଳନାରେ ଓଡିଶା ଏ କ୍ଷେତ୍ରରେ ଭଲ ଅଭିବୃଦ୍ଧି କରୁଛି। ଡିଜିଟାଲ ପେମେଣ୍ଟ ଲାଗି କମ୍‌ ଖର୍ଚ୍ଚରେ ଡିଭାଇସ ପ୍ରଦାନ, ତାମିଲନାଡୁରେ ଇରାଇଡୁ ଆପ ଦ୍ୱାରା ଡିଜିଟାଲ ନେଣଦେଣ ପଦକ୍ଷେପ ଏବଂ ବିହେବିୟରାଲ ବାୟୋମେଟ୍ରିକ ଭିତ୍ତିକ ଟେକ୍ନୋଲୋଜି ଭାରତରେ ଆଣିବା ଦିଗରେ ପଦକ୍ଷେପ ନିଆଯାଉଛି। ଭାରତ ଏକ ପ୍ରମୁଖ ବଜାର ହୋଇଥିବାରୁ ଏଠାରେ ନିବେଶ ଧାରା ଜାରି ରହିବ ବୋଲି ସେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri