୧ ଟ୍ରିଲିୟନ ଡଲାର ଅର୍ଥନୀତି ଗଠନରେ ଯୁବପିଢିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୩୧-୮(ବ୍ୟୁରୋ): ଓଡ଼ିଶା ନିକଟ ଭବିଷ୍ୟତରେ ଏକ ଟ୍ରିଲିୟନ ଡଲାର ଅର୍ଥନୀତି ହେବା ଲାଗି ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଏଦିଗରେ ଯୁବପିଢି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ରାଜ୍ୟ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର କହିଛନ୍ତି। ଏଠାରେ ଇଣ୍ଡିଆନ ଚାମ୍ବର ଅଫ କମର୍ସ (ଆଇସିସି) ପକ୍ଷରୁ ଅନୁଷ୍ଠିତ ଏଚ୍‌ଆର୍‌ ସମିଟ ଅବସରରେ ମିଶ୍ର କହିଛନ୍ତି ଯେ, ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଲାଗି ରାଜ୍ୟରେ ସବୁ କିଛି ରହିଛି। ଏଠାରେ ଅଭିବୃଦ୍ଧି ନେଇ ବିପୁଳ ସମ୍ଭାବନା ରହିଥିବା ବେଳେ ଶିକ୍ଷା କ୍ଷେତ୍ରରେ ରାଜ୍ୟର ଯୁବବର୍ଗ ବେଶ୍‌ ଭଲ ପ୍ରଦର୍ଶନ କରୁଛନ୍ତି। ଏପରିସ୍ଥିତିରେ ସେମାନେ ରାଜ୍ୟ କିମ୍ବା ଦେଶ ମଧ୍ୟରେ ରହିଥିବା ସୁଯୋଗରେ ସମୀତ ରହିଯାଉଛନ୍ତି। ଅନ୍ତର୍ଜାତୀୟ ସ୍ତରର ପ୍ରତିଦ୍ୱନ୍ଦିତାକୁ ଧ୍ୟାନ ଦେଇ ସେହି ମୁତାବକ ନୂଆ କୌଶଳ ଏବଂ ଦକ୍ଷତା ହାସଲ କରିବା ଉପରେ ଯୁବପୀଢି ଧ୍ୟାନ ଦେବାର ଆବଶ୍ୟକତା ରହିଛି ବୋଲି ସେ ମତ ଦେଇଛନ୍ତି।
କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ କହିଛନ୍ତି, ନିବେଶକଙ୍କ ଲାଗି ଏଠାରେ ବାଣିଜ୍ୟ ଉପଯୋଗୀ ପରିବେଶ ସୃଷ୍ଟି କରାଯାଇଛି। ସେମାନେ ରାଜ୍ୟରେ ନିବେଶ ଲାଗି ଆଗେଇ ଆସିବାର ଆବଶ୍ୟକତା ରହିଛି। ରାଜ୍ୟ ସରକାର ଏ ଦିଗରେ ସମସ୍ତ ପ୍ରକାରର ସହଯୋଗ ଯୋଗାଇ ଦେବେ ବୋଲି ସେ ସ୍ପଷ୍ଟ କରିଛନ୍ତି। ୧ ଟ୍ରିଲିୟନ ଡଲାର ଅର୍ଥନୀତି କ୍ଷେତ୍ରରେ ମାନବ ସମ୍ବଳର ଭୂମିକା ନେଇ ବିଭିନ୍ନ ଦିଗ ଉପରେ ଏଠାରେ ଆଲୋଚନା ହୋଇଥିଲା। ଏଥିରେ ଆଇସିସି ଓଡିଶା ରାଜ୍ୟ ଅଧ୍ୟକ୍ଷ ଏମ୍‌ସି ଥୋମାସ, ଆଇସିସି ଓଡ଼ିଶା ପରିଷଦର ମାନବ ସମ୍ବଳ କ୍ଷେତ୍ର ସଂଯୋଜକ ସଞ୍ଜୟ ପଟ୍ଟନାୟକ, ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ କୁମାର ପଟ୍ଟନାୟକ, ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ସୁବ୍ରତ ତ୍ରୀପାଠୀ, ଆଇସିିସି କୋର କମିଟି ସଦସ୍ୟ ବିଜୟ କୁମାର ସାହୁ, ଆଇସିସି ଓଡ଼ିଶା ମୁଖ୍ୟ ଜ୍ୟୋତି ପ୍ରକାଶ ପାଲ୍‌, ଆଇସିସି ଓଡ଼ିଶା ରାଜ୍ୟ ପରିଷଦ ସହ ଅଧ୍ୟକ୍ଷ ଜେ.ବି. ପାଣି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri