୧ ଟ୍ରିଲିୟନ ଡଲାର ଅର୍ଥନୀତି ଗଠନରେ ଯୁବପିଢିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୩୧-୮(ବ୍ୟୁରୋ): ଓଡ଼ିଶା ନିକଟ ଭବିଷ୍ୟତରେ ଏକ ଟ୍ରିଲିୟନ ଡଲାର ଅର୍ଥନୀତି ହେବା ଲାଗି ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଏଦିଗରେ ଯୁବପିଢି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ରାଜ୍ୟ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର କହିଛନ୍ତି। ଏଠାରେ ଇଣ୍ଡିଆନ ଚାମ୍ବର ଅଫ କମର୍ସ (ଆଇସିସି) ପକ୍ଷରୁ ଅନୁଷ୍ଠିତ ଏଚ୍‌ଆର୍‌ ସମିଟ ଅବସରରେ ମିଶ୍ର କହିଛନ୍ତି ଯେ, ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଲାଗି ରାଜ୍ୟରେ ସବୁ କିଛି ରହିଛି। ଏଠାରେ ଅଭିବୃଦ୍ଧି ନେଇ ବିପୁଳ ସମ୍ଭାବନା ରହିଥିବା ବେଳେ ଶିକ୍ଷା କ୍ଷେତ୍ରରେ ରାଜ୍ୟର ଯୁବବର୍ଗ ବେଶ୍‌ ଭଲ ପ୍ରଦର୍ଶନ କରୁଛନ୍ତି। ଏପରିସ୍ଥିତିରେ ସେମାନେ ରାଜ୍ୟ କିମ୍ବା ଦେଶ ମଧ୍ୟରେ ରହିଥିବା ସୁଯୋଗରେ ସମୀତ ରହିଯାଉଛନ୍ତି। ଅନ୍ତର୍ଜାତୀୟ ସ୍ତରର ପ୍ରତିଦ୍ୱନ୍ଦିତାକୁ ଧ୍ୟାନ ଦେଇ ସେହି ମୁତାବକ ନୂଆ କୌଶଳ ଏବଂ ଦକ୍ଷତା ହାସଲ କରିବା ଉପରେ ଯୁବପୀଢି ଧ୍ୟାନ ଦେବାର ଆବଶ୍ୟକତା ରହିଛି ବୋଲି ସେ ମତ ଦେଇଛନ୍ତି।
କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ କହିଛନ୍ତି, ନିବେଶକଙ୍କ ଲାଗି ଏଠାରେ ବାଣିଜ୍ୟ ଉପଯୋଗୀ ପରିବେଶ ସୃଷ୍ଟି କରାଯାଇଛି। ସେମାନେ ରାଜ୍ୟରେ ନିବେଶ ଲାଗି ଆଗେଇ ଆସିବାର ଆବଶ୍ୟକତା ରହିଛି। ରାଜ୍ୟ ସରକାର ଏ ଦିଗରେ ସମସ୍ତ ପ୍ରକାରର ସହଯୋଗ ଯୋଗାଇ ଦେବେ ବୋଲି ସେ ସ୍ପଷ୍ଟ କରିଛନ୍ତି। ୧ ଟ୍ରିଲିୟନ ଡଲାର ଅର୍ଥନୀତି କ୍ଷେତ୍ରରେ ମାନବ ସମ୍ବଳର ଭୂମିକା ନେଇ ବିଭିନ୍ନ ଦିଗ ଉପରେ ଏଠାରେ ଆଲୋଚନା ହୋଇଥିଲା। ଏଥିରେ ଆଇସିସି ଓଡିଶା ରାଜ୍ୟ ଅଧ୍ୟକ୍ଷ ଏମ୍‌ସି ଥୋମାସ, ଆଇସିସି ଓଡ଼ିଶା ପରିଷଦର ମାନବ ସମ୍ବଳ କ୍ଷେତ୍ର ସଂଯୋଜକ ସଞ୍ଜୟ ପଟ୍ଟନାୟକ, ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ କୁମାର ପଟ୍ଟନାୟକ, ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ସୁବ୍ରତ ତ୍ରୀପାଠୀ, ଆଇସିିସି କୋର କମିଟି ସଦସ୍ୟ ବିଜୟ କୁମାର ସାହୁ, ଆଇସିସି ଓଡ଼ିଶା ମୁଖ୍ୟ ଜ୍ୟୋତି ପ୍ରକାଶ ପାଲ୍‌, ଆଇସିସି ଓଡ଼ିଶା ରାଜ୍ୟ ପରିଷଦ ସହ ଅଧ୍ୟକ୍ଷ ଜେ.ବି. ପାଣି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri