୧.୮୭ ଲକ୍ଷ କୋଟି ବଢିଲା ନିବେଶକଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୨୯-୧୧: ଚଳିତ ସପ୍ତାହରେ ଲଗାତର ୨ ଦିନ ଦେଶର ପୁଞ୍ଜି ବଜାର କାରବାର ଉର୍ଦ୍ଧ୍ୱଗାମୀ ହେବା ଯୋଗୁ ନିବେଶକ ବେଶ ଲାଭବାନ ହୋଇଛନ୍ତି। ବୁଧବାର ଏବଂ ଗୁରୁବାର ଶେୟାର ବଜାରରେ ବେଶ ଉତ୍ସାହ ପରିଲକ୍ଷିତ ହେବା ଯୋଗୁ ନିବେଶକଙ୍କ ସମ୍ପତ୍ତି ୧.୮୭ ଲକ୍ଷ କୋଟି ବଢିଛି। ଗୁରୁବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜର କାରବାର ନୂଆ ରେକର୍ଡ ସ୍ତରରେ ବନ୍ଦ ହୋଇଥିବା ଜଣାପଡିଛି। ଗୁରୁବାର କାରବାର ବନ୍ଦ ହେବା ବେଳକୁ ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ସୂଚୀଭୁକ୍ତ କମ୍ପାନୀଙ୍କ ବଜାର ପୁଞ୍ଜୀକରଣ ୧.୮୭ ଲକ୍ଷ କୋଟି ବଢି ୧,୫୫,୫୭,୪୮୪.୧୫ କୋଟି ଛୁଇଁଛି। ଏହି ସମୟରେ ସେନସେକ୍ସ ୩୦୮.୮୭ ପଏଣ୍ଟ ବଢିଛି।
ଜିଡିପି ଡାଟା ଶୁକ୍ରବାର ଘୋଷଣା ହେବାକୁ ଥିବା ସତ୍ତ୍ୱେ ପୁଞ୍ଜି ବଜାର ଉପରେ ଏହାର ପ୍ରଭାବ କମ୍‌ ରହିଛି। ବିଶ୍ୱ ବଜାରରୁ ନଗଦ ଦେଶର ପୁଞ୍ଜି ବଜାରକୁ ଆସିବା ଲାଗି ରହିଛି। ସେହିଭଳି ତୈଳ ଦରରେ ସ୍ଥିତାବସ୍ଥା,ଅର୍ଥନୀତି ଲାଗି ରିଜର୍ଭ ବ୍ୟାଙ୍କ ପଦକ୍ଷେପ ବଜାର ଉପରେ ଭଲ ପ୍ରଭାବ ପକାଇଛି। ବିତ୍ତୀୟ ଧାରାକୁ ସମ୍ଭାଳିବା ଲାଗି ସରକାରଙ୍କ ପ୍ରୟାସ ଏବଂ ଅର୍ଥନୀତିରେ ସୁଧାର ଆଣିବା ଲାଗି ସରକାରଙ୍କ ଯୋଜନା ଯୋଗୁ ବଜାର ଉପରେ ଭଲ ପ୍ରଭାବ ପକାଇଥିବା ଜିଓଜିତ ଫାଇନାନସିଆଲ ସର୍ଭିସେସର ମୁଖ୍ୟ ବିନୋଦ ନାୟାର କହିଛନ୍ତି। ୩୦ ଶେୟାର ବିଶିଷ୍ଟ ସୂଚକାଙ୍କରେ ପ୍ରାୟ ୧୭ଟି ଉଚ୍ଚରେ ରହି ବନ୍ଦ ହୋଇଛି। ବିଏସ୍‌ଇର ୧୨୮୩ କମ୍ପାନୀଙ୍କ ଭଲ କାରବାର ହାସଲ କରିଥିବା ବେଳେ ୧୨୦୧ର କାରବାର ଖସିଛି। ସେହିଭଳି ୧୯୬ର କାରବାର ଅପରିବର୍ତ୍ତିତ ରହିଛି। ବିଏସ୍‌ଇର ମିଡ୍‌ କ୍ୟାପ ଏବଂ ସ୍ମଲ କ୍ୟାପ ସୂଚୀ ଯଥାକ୍ରମେ ୦.୯୭% ଏବଂ ୦.୪୬% ଉଚ୍ଚରେ ରହି ବନ୍ଦ ହୋଇଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବପଞ୍ଚମ ଯୋଗରେ ଆରମ୍ଭ ହେବ ସେପ୍ଟେମ୍ବର: ମେଷ-ମକର ସମେତ ୪ ରାଶିଙ୍କ ପାଇଁ ଏମିତି ରହିବ ପୂରା ମାସ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଓ ଶନିଙ୍କ ନବପଞ୍ଚମ ଯୋଗ ୨୦୨୬ରେ ୪ଟି ରାଶି ପାଇଁ ଶୁଭ ସାବ୍ୟସ୍ତ ହୋଇପାରେ। ମାସ ଆରମ୍ଭରେ ଏହି ଯୋଗ ଗଠନ…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri