୨ଦିନ ଜଙ୍ଗଲରେ ରହିଲେ ପ୍ରବାସୀ: ସଙ୍ଗରୋଧ କେନ୍ଦ୍ର ଯିବା ରାସ୍ତାରୁ ଖସି ପଳାଇଥିଲେ 

ଭଞ୍ଜନଗର,୬।୬(ଡି.ଏନ.ଏ)- ସଙ୍ଗରୋଧ କେନ୍ଦ୍ର ଯିବା ରାସ୍ତାରୁ ଖସି ଗଁାକୁ ଚାଲିଗଲେ। ଗ୍ରାମବାସୀ ବିରୋଧ କରିବାରୁ ୨ଦିନ ଗଁା ପାଖ ଜଙ୍ଗଲରେ ରହିଲେ। ଶନିବାର ସକାଳେ ଘଟଣାଟି ଲୋକଲୋଚନକୁ ଆସିବା ପରେ ପୋଲିସ ଓ ସ୍ଥାନୀୟ ପ୍ରଶାସନ ଉକ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ଆଣି ସଙ୍ଗରୋଧ କେନ୍ଦ୍ରରେ ଛାଡିଛି। ଏପରି ଘଟଣା ଘଟିଛି ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସାନକୋଦଣ୍ଡା ଅଞ୍ଚଳରେ।
ତାମିଲନାଡୁରୁ ଟ୍ରେନ ଯୋଗେ ଆସି ସାନକୋଦଣ୍ଡା ଓ ବାଉଁଶଲୁଣ୍ଡି ପଞ୍ଚାୟତର ୮ ଜଣ ଗୁରୁବାର ବ୍ରହ୍ମପୁରରେ ଓହ୍ଲାଇଥିଲେ। ପ୍ରଶାସନ ସେମାନଙ୍କୁ ବସ୍‌ ଯୋଗେ ଆଣି ଭଞ୍ଜନଗର ବ୍ଲକରେ ଛାଡ଼ିଥିଲା। ବ୍ଲକ ପ୍ରଶାସନ ପକ୍ଷରୁ ସେମାନଙ୍କୁ ଜିଲୁଣ୍ଡି ସଙ୍ଗରୋଧ କେନ୍ଦ୍ରକୁ ପଠାଯାଇଥିଲା। ଯାନବାହନ ସୁବିଧା ନଥିବାରୁ ୪ କିମି ଦୂର ଜିଲୁଣ୍ଡି ସଙ୍ଗରୋଧ କେନ୍ଦ୍ରକୁ ସମସ୍ତେ ଚାଲିଚାଲି ଯାଉଥିଲେ। ବାଟରୁ ବିଞ୍ଜିଗିରିର ଜଣେ ପ୍ରବାସୀ ଖସି ଗ୍ରାମକୁ ଚାଲିଯାଇଥିଲେ। ସାଥିରେ ଥିବା ତାଙ୍କ ପୁଅ କିନ୍ତୁ ଉକ୍ତ ସଙ୍ଗରୋଧ କେନ୍ଦ୍ରକୁ ଯାଇଥିଲେ। ସମ୍ପୃକ୍ତ ବ୍ୟକ୍ତି ଗଁାରେ ପହଞ୍ଚତ୍ବା ପରେ ତାଙ୍କୁ ଗ୍ରାମବାସୀ ବିରୋଧ କରିବାରୁ ସେ ଗୁରୁବାର ରାତିରେ ଜଙ୍ଗଲରେ ରହିଥିଲେ। ଶୁକ୍ରବାର ପଞ୍ଚାୟତ ପକ୍ଷରୁ ତାଙ୍କୁ ଆଣି ସଙ୍ଗରୋଧ କେନ୍ଦ୍ରରେ ରଖିବାକୁ ଉଦ୍ୟମ ହୋଇଥିଲା। କିନ୍ତୁ ସେ ରାଜି ହୋଇ ନଥିଲେ। ଶନିବାର କଥାଟି ଅଧିକ ପ୍ରଚାରିତ ହେବାପରେ ବିଡିଓ ଅନିଲ କୁମାର ସେଠୀ ପୋଲିସ ସହ ଯାଇ ତାଙ୍କୁ ଜଙ୍ଗଲରୁ ଆଣି ମୁଜାଗଡ ସଙ୍ଗରୋଧ କେନ୍ଦ୍ରରେ ଛାଡିଛନ୍ତି। ଅପରପକ୍ଷେ ଉକ୍ତ ବ୍ୟକ୍ତି ଜଣକ ଗଣମାଧ୍ୟମ ସମ୍ମୁଖରେ ଅଭିଯୋଗ କରିଛନ୍ତି ଯେ, ତାଙ୍କୁ ଗ୍ରାମ ସଙ୍ଗରୋଧ କେନ୍ଦ୍ରରେ ରଖାଗଲା ନାହିଁ, ତେଣୁ ବାଧ୍ୟ ହୋଇ ସେ ଜଙ୍ଗଲରେ ଭୋକ ଉପାସରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri