୨ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ: ୬ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର, ୩।୯(ବ୍ୟୁରୋ):ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ରବିବାର ରାତିରୁ ସୋମବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ସୁନ୍ଦରଗଡ଼ରେ ସର୍ବାଧିକ ୭୪ମିମି ବର୍ଷା ହୋଇଥିବା ବେଳେ ସୋନପୁର ୫୫, କୋରାପୁଟ ୪୫.୮, ଦାରିଙ୍ଗବାଡ଼ିରେ ୪୨ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ତେବେ ସୋମବାର ସୁଦ୍ଧା ସାଢ଼େ ୫ଟା ମଧ୍ୟରେ କୋରାପୁଟରେ ସର୍ବାଧିକ ୨୨ମିଲିମିଟର ବର୍ଷା ହୋଇଥିବା ବେଳେ କେନ୍ଦୁଝର ୧୩.୧, ମାଲକାନଗିରି ୭.୬, ଚାନ୍ଦବାଲି ୪.୯, ବାଲେଶ୍ୱର ୩.୧, ପାରାଦୀପ ୨.୩, ଭବାନିପାଟଣା ଓ ଟିଟଲାଗଡ଼ରେ ୨ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଏହାଛଡ଼ା ସୋମବାର କଳାହାଣ୍ଡି, କନ୍ଧମାଳ, ପୁୁରୀ, ନବରଙ୍ଗପୁର, ରାୟଗଡ଼ା, ଜଗତସିଂହପୁର, କଟକ, ସମ୍ବଲପୁର, ବରଗଡ଼, ଦେବଗଡ଼, ଢେଙ୍କାନାଳ, ଯାଜପୁର, ମୟୂରଭଞ୍ଜ, ବୌଦ୍ଧ, ଗଞ୍ଜାମ ଆଦି ଜିଲାର କିଛିି ସ୍ଥାନରେ ମଧ୍ୟ ବର୍ଷା ହୋଇଥିବା ସୂଚନା ରହିଛି। ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏହାପରେ ୬ରୁ ପୁଣି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ମଙ୍ଗଳବାର ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ବରଗଡ଼, ସମ୍ବଲପୁର ଓ ନୂଆପଡ଼ା ଆଦି ୬ଟି ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାଛଡ଼ା ଢେଙ୍କାନାଳ, ମୟୂରଭଞ୍ଜ, ଦେବଗଡ଼, ସୋନପୁର, ବଲାଙ୍ଗୀର, କୋରାପୁଟ, ନବରଙ୍ଗୁପର, ଗଜପତି ଆଦି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର କଟକ, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୋନପୁର, ସୁନ୍ଦରଗଡ଼, କେନ୍ଦୁଝର, ବଲାଙ୍ଗୀର ଆଦି ୮ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଏସବୁ ଜିଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ତେବେ ୫ତାରିଖ ଦିନ ବର୍ଷା ହେବାର କୌଣସି ସୂଚନା ମିଳିନାହିଁ। ୬ତାରିଖ ଦିନ ବଲାଙ୍ଗୀର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, କୋରାପୁଟ, ଜଗତସିଂହପୁର, କେନ୍ଦ୍ରାପଡ଼ା ଆଦି ୮ଜିଲାକୁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ନିଂ ଜାରି କରିଛି। ଉକ୍ତ ଦିନ ଏହି ସମସ୍ତ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ଆଶଙ୍କା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?