୨ଦିନ ପ୍ରବଳ ଖରା, ୨୯ରେ ଝଡ଼ବର୍ଷା

ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ଭୂତାଣୁକୁ ନେଇ ଲୋକଙ୍କ ମନରେ ଭୟ ଥିବାବେଳେ ଏବେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଆରମ୍ଭ ହୋଇଯାଇଛି। ପ୍ରଚଣ୍ଡ ଖରା ଯୋଗୁ ରାଜ୍ୟର କେତେକ ଅଞ୍ଚଳରେ ସର୍ବୋଚ୍ଚ ତାପମାତ୍ରା ୩୯ଡିଗ୍ରୀ ସେଲସିୟସକୁ ଛୁଇଁଲାଣି। ଆସନ୍ତା ଦୁଇଦିନ ତାତି ଆହୁରି ବଢ଼ିବ ବୋଲି ଜଣାପଡ଼ିଛି। ପାରଦ ୪୦ଡିଗ୍ରୀକୁ ଛୁଇଁବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ତେବେ ୨୯, ୩୦ ଓ ୩୧ତାରିଖରେ କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ମୟୂରଭଞ୍ଜ, ବାଲେଶ୍ୱର, କନ୍ଧମାଳ, ରାୟଗଡ଼ା, ନୟାଗଡ଼, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଭଦ୍ରକ ଆଦି ଜିଲାର କେତେକ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଘଣ୍ଟାକୁ ୪୦ରୁ ୫୦କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏହି ସବୁ ଜିଲାଗୁଡ଼ିକରେ ୟଲୋ ଓ୍ବାନିର୍ଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ଆଜିଠୁ ଖରାଛୁଟି

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri