୨ଦିନ ହେଲା ଦୁଇମୃତଦେହର ପରିଚୟ ଖୋଜୁଛି ପୋଲିସ

ଆସିକା,୨୬।୨: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ବୁଢାକେନ୍ଦୁ ଜଙ୍ଗଲରୁ ପୋଲିସ ୨ ଗଳିତ ମୃତଦେହ ଜବତ କରିଥିଲା  । ଘଟଣାର ୨ଦିନ ପରେ ମୃତକଙ୍କ ସମ୍ପର୍କରେ ପୋଲିସକୁ କୌଣସି ସୁରାକ ମିଳିପାରି ନାହିଁ । ଶୁକ୍ରବାର ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ, ଅତିରିକ୍ତ ଏସ୍‌ପି ବିଜୟ କୁମାର ମଲିକ, ଭଞ୍ଜନଗର ଏସ୍‌ଡିପିଓ ଶୁଭ୍ରାଂଶୁ ଶେଖର ମିଶ୍ର, ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ସୋରଡା ଥାନା ଅଧିକାରୀ ରମେଶ ଚନ୍ଦ୍ର ପ୍ରଧାନ, ଗାଙ୍ଗପୁର ଥାନା ଅଧିକାରୀ ଧିରେଶ କୁମାର ଦାସ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚି ତସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଆରମ୍ଭ କରିଥିଲେ। ଗଛରେ ଝୁଲି ରହିଥିବା ଯୁବତୀଙ୍କ ମୃତଦେହ ଓ ଗଛତଳେ ଦରପୋଡ଼ା ଅବସ୍ଥାରେ ଥିବା ମୃତଦେହ ବ୍ୟବଚ୍ଛେଦ ଲାଗି ବ୍ରହ୍ମପୁର ବଡ଼ ମେଡିକାଲ ଏଫ୍‌ଏମ୍‌ଟିକୁ ପଠାଯାଇଛି। ଦରପୋଡ଼ା ମୃତଦେହ ଯୁବତୀ କିମ୍ବା ଯୁବକଙ୍କର ଜାଣିବା ଲାଗି ଡିଏନ୍‌ଏ ଟେଷ୍ଟ ଲାଗି ପଠାଇବାକୁ ପୋଲିସ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଆଖପାଖ ଥାନା ଅଞ୍ଚଳରେ ଫଟୋ ଜାରି କରାଯାଇ ମୃତକଙ୍କ ସମ୍ପର୍କରେ ସୂଚନା ପାଇବା ଲାଗି ଉଦ୍ୟମ ଚାଲିିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?