୨ବର୍ଷ ବିତିଲା ହୋଇପାରୁନି ନୂତନ ଷ୍ଟ୍ରକ୍‌ଚର କାର୍ଯ୍ୟକ୍ଷମ: ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ

ନୟାଗଡ଼ ଅଫିସ,୧୯।୬-ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ଗୋଡ଼ିପଡ଼ା ପଞ୍ଚାୟତ ଜାଗିରି ଖଇରପଟିଠାରେ ଏକ ନୂତନ ବିଦ୍ୟୁତ ଷ୍ଟ୍ରକଚର ନିର୍ମାଣ ହେବାର ୨ ବର୍ଷ ବିତିଲାଣି। ହେଲେ ଏହାକୁ ବିଦ୍ୟୁତ୍‌ ସଂଯୋଗ କରାଯାଉ ନ ଥିବାରୁ ଏହା କାର୍ଯ୍ୟକ୍ଷମ ହୋଇପାରୁ ନାହିଁ। ପୂର୍ବରୁ ଗୋଡ଼ିପଡ଼ା ଅଞ୍ଚଳର ଲୋକମାନେ ଯେଉଁଭଳି ହଇରାଣ ହେଉଥିଲେ ସେହିଭଳି ହେଉଛନ୍ତି। ତେଣୁ ଏହାର ସମାଧାନ କରିବା ପାଇଁ ଗୋଡ଼ିପଡ଼ା ଅଞ୍ଚଳର କିଛି ବ୍ୟକ୍ତି ମଙ୍ଗଳବାର ଜିଲାପାଳଙ୍କୁ ଭେଟିଛନ୍ତି। ସେମାନଙ୍କ କହିବାନୁସାରେ ଶରଣକୂଳ ବିଦ୍ୟୁତ ବିଭାଗ ସର୍କଲ ୨ ଅନ୍ତର୍ଗତ ଜାଗିରିଖଇରପଟିଠାରେ ନିର୍ମାଣ ହେଉଥିବା ଷ୍ଟ୍ରକଚରଟି ବିଦ୍ୟୁତ ବିଭାଗ କର୍ମଚାରୀଙ୍କ ବୈମାତୃକ ମନୋଭାବ ଯୋଗୁ କାର୍ଯ୍ୟକ୍ଷମ ହୋଇପାରୁ ନାହିଁ। ବିଭାଗୀୟ କର୍ମଚାରୀମାନେ ବିନା କାରଣରେ ଦିନ ରାତି ସବୁ ସମୟରେ ବିଦ୍ୟୁତ କାଟ କରୁଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ଓ ବାରମ୍ବାର ଅଘୋଷିତ ବିଦ୍ୟୁତ କାଟ ଅସହ୍ୟ ଯନ୍ତ୍ରଣା ଦେଉଛି। ନୂତନ ଷ୍ଟ୍ରକଚରଟି କାର୍ଯ୍ୟକ୍ଷମ ହେଲେ ବିଦ୍ୟୁତ୍‌ ସମସ୍ୟା ଦୂର ହୋଇ ପାରନ୍ତା ବୋଲି ସେମାନେ କହିଛନ୍ତି। ୨ ଦିନ ଭିତରେ ଏହାର ସମାଧାନ କରା ନ ଗଲେ ଆଗାମୀ ଦିନରେ ଗ୍ରାମବାସୀ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି, କମାଏ ହୃଦ୍‌ରୋଗ ଆଶଙ୍କା

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri