୨ମାସ ବିତିଲା, ହେଲାନି ମରାମତି: ଭଙ୍ଗା କଲଭର୍ଟରେ ବିପଦପୂର୍ଣ୍ଣ ଯାତାୟାତ

ଘସିପୁରା, ୮।୧୧(ଡି.ଏନ.ଏ.)-ଆଦିବାସୀ ଅପହଞ୍ଚ ଇଲାକା ଗୁଡ଼ିକରେ ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଆଜି ବି ଅନେକ ଅଞ୍ଚଳରେ ଏହାର ସୁଫଳ ଲୋକଙ୍କ ପାଖରେ ପହଞ୍ଚି ପାରୁନି। ଘସିପୁରା ବ୍ଲକ ଶାମୁକାନାଣ୍ଡି ପଞ୍ଚାୟତର ନଟିଆ ଗ୍ରାମରେ ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି। ଏହି ଅପହଞ୍ଚ ଆଦିବାସୀ ଇଲାକାରେ ଲୋକଙ୍କ ଗମନାଗମନର ସୁବିଧା ପାଇଁ ରାସ୍ତା ଓ କଲଭର୍ଟ ନିର୍ମାଣ କରାଗଲା। ମାତ୍ର ନିର୍ମାଣର ଦିନ କେଇଟା ନ ବିତୁଣୁ ଗତ ସେପ୍ଟେମ୍ବର ମାସରେ ହୋଇଥିବା ଅସରାଏ ବର୍ଷାରେ କଲଭର୍ଟଟି ଭୁଶୁଡ଼ି ପଡ଼ିଲା। ଫଳରେ ଏବେ ଏହି ଅଞ୍ଚଳକୁ ଯାତାୟାତ ବନ୍ଦ ହୋଇପଡ଼ିଛି। ଯାନବାହାନ ତ ଦୂରର କଥା ସାଇକେଲ ଯୋଗେ ମଧ୍ୟ ଯାତାୟାତ ସମ୍ଭବ ହେଉ ନାହିଁ। ଫଳରେ ସ୍ଥାନୀୟ ଲୋଚନସାହି, କେନ୍ଦୁପଦା, ବୁରୁଗୁଡ଼ାର ହଜାର ହଜାର ସଂଖ୍ୟାରେ ଲୋକେ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି। ଅପରପକ୍ଷେ ଦୁଇ ମାସ ହେବ ପୋଲଟି ଭୁଶୁଡି ପଡ଼ିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ମରାମତି ପାଇଁ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନାହିଁ। ଗୋପବନ୍ଧୁ ଗ୍ରାମୀଣ ଯୋଜନାରେ ଘସିପୁରା ବ୍ଳକ ଦ୍ୱାରା ୨୦୧୭/୧୮ ଆର୍ଥିକ ବର୍ଷରେ ଝିଙ୍କିପିଟା-ନଟିଆ ଲୋଚନସାହିକୁ କଲଭର୍ଟ ଓ ରାସ୍ତା ନିର୍ମାଣପାଇଁ ୩.୮ଲକ୍ଷ ଟଙ୍କାର ଅନୁଦାନ ଯୋଗାଇ ଦିଆଯାଇଥିଲା। ସ୍ଥାନୀୟ ଲୋକମାନଙ୍କ କହିବା ଅଭିଯୋଗ ଅନୁଯାୟୀ ଏହାର ନିର୍ମାଣ ସମୟରେ ବ୍ୟାପକ ଅନିୟମିତତା ହୋଇଥିବାରୁ କଲଭର୍ଟଟି ଭୁଶୁଡି ପଡ଼ିଥିଲା। ତୁରନ୍ତ ଏହି କଲଭର୍ଟ ମରାମତି କରି ଯାତାୟାତକୁ ସ୍ବଭାବିକ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଅପରପକ୍ଷେ ଏନେଇ ଅନୁଧ୍ୟାନ କରାଇଯାଇ ଖୁବଶୀଘ୍ର ମରାମତି ପାଇଁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ଆଲୋକ ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri