୨ଲୁଟେରାଙ୍କୁ ଗୋଡ଼ାଇ ଧରିଲା ପୋଲିସ

ରସୁଲପୁର,୪ା୧୨(ଡି.ଏନ୍‌.ଏ.)- ରସୁଲପୁର ବ୍ଲକ ଅନ୍ତର୍ଗତ ବନ୍ଧଡିହ ପଞ୍ଚାୟତରେ ଦୁଇଜଣ ମହିଳାଙ୍କୁ ଟଙ୍କା ଲୁଟି ନେଇ ଫେରା ହୋଇଯାଉଥିବା ୨ଜଣ ଅଭିଯୁକ୍ତଙ୍କୁ ପୋଲିସ ଗୋଡ଼େଇ ଗୋଡ଼େଇ କୁଆଖିଆ ଥାନା ଅଞ୍ଚଳରୁ ଧରିଛି। ଅଭିଯୁକ୍ତଦ୍ୱୟ ହେଲେ କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଏଣ୍ଡର ହଳଦିଆ ଗ୍ରାମର ସୁରେନ୍ଦ୍ର ଦାସଙ୍କ ପୁଅ ରାଜୁ(୨୦) ଓ ବିକାଶ ଦାସ(୨୧) । ଉଭୟଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି। ମିଳିଥବବା ସୂଚନା ଅନୁସାରେ ବନ୍ଧଡିହ ଗ୍ରାମର କଳ୍ପନା ସାହୁ ଓ ଲକ୍ଷ୍ମୀପ୍ରିୟା ସାହୁ ବ୍ରହ୍ମବରଦାସ୍ଥିତ ଗ୍ରାମ୍ୟ ବ୍ୟାଙ୍କରୁ ଗ୍ରୁପ୍‌ ଜମାଖାତାରୁ ୨୨ ହାଜର ଟଙ୍କା ଉଠାଇ ଘରକୁ ଫରୁଥିବାବେଳେ ି ଏକ ଆପାଚି ବାଇକ୍‌ ନଂ-ଓଡି-୦୨ୟୁ-୧୭୮୬ରେ ଆସି ଲୁଟେରାଦ୍ୱୟ ଟଙ୍କା ବ୍ୟାଗକୁ ଲୁଟି ନେଇଥିଲେ। ମହିଳାଙ୍କ ଚିତ୍କାର ଶୁଣି ଗାଁ ଲୋକେ ଘଟଣାସ୍ଥଳରେ ପହଁଚିବା ସହ ଲୁଟେରାଙ୍କ ପିଛା କରିଥିଲେ। ଖବରପାଇ ବ୍ରହ୍ମବରଦା ଫାଣ୍ଡି ଓ କୁଆଖିଆ ପୋଲିସ ଲୁଟେରା ଦୁଇଜଣଙ୍କୁ ହରିପୁର ବଜାର ନିକଟରେ କାବୁ କରିବାକୁ ସକ୍ଷମ ହୋଇଥିଲେ। ଏ ସମ୍ପର୍କରେ ଫାଣ୍ଡିରେ ହୋଇଥିବା ଅଭିଯୋଗ ଆଧାରରେ ଧର୍ମଶାଳା ଥାନାରେ କେସ୍‌ ନଂ-୫୫୯/୧୯ରେ ଏକ ମାମଲା ରୁଜୁ କରିବା ସହ ଫାଣ୍ଡି ଅଧିକାରୀ ପରମାନନ୍ଦ ସେଠୀ ଘଟଣାର ତଦନ୍ତ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri