୨ଶହ ଗରିବଙ୍କୁ ରନ୍ଧାଖାଦ୍ୟ ଦେଲେ ସ୍ବେଚ୍ଛାସେବୀ

ଖୋର୍ଦ୍ଧା ଅଫିସ,୨୯ା୩ : କରୋନା ଭୂତାଣୁ ସଂକ୍ରମଣ ଲାଗି ସାରା ଲକ୍‌ଡାଉନ ହୋଇଛିି। ଏହାର ପ୍ରଭାବରେ ଅସହାୟ, ଗରିବ, ଖଟିଖିଆ, ବୃଦ୍ଧାବୃଦ୍ଧା ବିଶେଷ ପ୍ରଭାବିତ ହୋଇଛନ୍ତି। ଭୋକ ଉପାସରେ ଦିନ କାଟୁଥିବାରୁ ଏମାନଙ୍କ ଲାଗି ଆଗେଇ ଆସିଛନ୍ତି ଖୋର୍ଦ୍ଧା ବିକାଶ ପରିଷଦ, ପୌର ପ୍ରଶାସନ ଏବଂ ସ୍ଥାନୀୟ ସ୍ବେଚ୍ଛାସେବୀ। ରବିବାର ଏହି ଅଭିଯାନ ଆରମ୍ଭ ହୋଇଥିବାବେଳେ ପ୍ରାୟ ୨ଶହ ଗରିବ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି। ପ୍ରଥମ ଦିନରେ ପରିଷଦର କର୍ମକର୍ତ୍ତାମାନେ ଡମ ସାହି, ଭାଲିଆବାଡି, ଟାଉନ ହଲ ସମେତ ବସ୍ତି ଅଞ୍ଚଳ ବୁଲି ରନ୍ଧା ଖାଦ୍ୟ ପ୍ରଦାନ କରୁଛନ୍ତି। ଖୋର୍ଦ୍ଧା ଆରକ୍ଷୀ ଅଧୀକ୍ଷକ ଅଜୟ ପ୍ରତାପ ସ୍ବାଇଁ, ଏସଡିପିଓ ସୁଶୀଲ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ରହି ଏହି ଅଭିଯାର ଶୁଭାରମ୍ଭ କରିଥିଲେ। ସେହିପରି ପୌର ପ୍ରଶାସନ ପକ୍ଷରୁ ମଧ୍ୟ ସହରରେ ଚିହ୍ନଟ କରାଯାଇଥିବା ବୃଦ୍ଧାବୃଦ୍ଧଙ୍କୁ ରନ୍ଧା ଖାଦ୍ୟ ପ୍ରଦାନ କରାଯାଉଛି ବୋଲି କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ୱେତପଦ୍ମା ଶତପଥୀ କହିଛନ୍ତି। ସେହିପରି ପରିବେଶପ୍ରେମୀ ଧନେଶ୍ୱର ବହିଦାର ରାସ୍ତାକଡ଼ରେ ବୁଲା ଗୋରୁ, କୁକୁରଙ୍କୁ ଶୁଖିଲା ଖାଦ୍ୟ, ପାଣି ପ୍ରଦାନ କରୁଛନ୍ତି। ପରିଷଦ ପକ୍ଷରୁ ଏହି ଅଭିଯାନରେ ସାମାଜିକ କର୍ମୀ ଶକ୍ତିଶଙ୍କର ମିଶ୍ର, ଦୟାନିଧି ରାଉତ, ନିକୁଞ୍ଜ ପଟ୍ଟନାୟକ, ମିହିର ବିଧାର, ମନ୍ମଥ ମିଶ୍ର ପ୍ରମୁଖ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ଭଡ଼ାଘରେ ଚାଲିଥିଲା ଦେହ ବେପାର: କିଙ୍ଗ୍‌ପିନ୍‌ ସମେତ ୩ ଦେହଜୀବୀ-ଗ୍ରାହକଙ୍କୁ ଧରିଲା ପୋଲିସ

ଖୋର୍ଦ୍ଧା,୧୨ା୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିକାଶ ନଗରରେ ସେକ୍ସ ରାକେଟ ଠାବ ହୋଇଛି। ଏକ ଭଡ଼ାଘରେ ଚାଲିଥିଲା ଦେହ ବେପାର। ଖବରପାଇ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଓ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ: ଦେଲେ ଚେତାବନୀ, ବିଡିଓଙ୍କ ବଦଳି ନ ହେବା ପର୍ଯ୍ୟନ୍ତ…

ଖୋର୍ଦ୍ଧା,୧୦।୨(ପ୍ରଭାତ ପାଣିଗ୍ରାହୀ) : ବୋଲଗଡ ବିଡିଓ ବିବାଦକୁ ନେଇ ବଢିଲା ଜନ ଅସନ୍ତୋଷ । ବିଡିଓ ସୁମନ ସୁଦ୍ଧା କୁଣ୍ଡୁ ଗତ ସାଧାରଣତନ୍ତ୍ର ଦିବସରେ ଅନୁପସ୍ଥିତ ରହିବାକୁ…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଖୋର୍ଦ୍ଧା,୭।୨(ପ୍ରଭାତ ପାଣିଗ୍ରାହୀ): ଦନ୍ତା ହାତୀ ନେଲା ଜଣେ ଯୁବକଙ୍କ ଜୀବନ। ଦନ୍ତାହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଯୁବକ ହେଲେ ଖଡିପଦର ଗ୍ରାମର ଶଙ୍କର ରାଉତରାୟ ବୋଲି ଜଣାପଡିଥିବା।…

କାମରୁ ଫେରୁଥିବାବେଳେ ହାତୀ ହାବୁଡ଼ରେ ପଡିଗଲେ ବ୍ୟକ୍ତି, ମୁଣ୍ଡ-ଗଣ୍ଡି ସମ୍ପୂର୍ଣ୍ଣ ଅଲଗା

ନିରାକାରପୁର, ୭।୨(ମାନସ ଚନ୍ଦ୍ର ପଟ୍ଟନାୟକ): ପୁଣି ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସେ ହେଲେ ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ସିକୋ ଖଡ଼ିପଦର…

ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବା ଘଟଣା: ନିଲମ୍ବିତ ହେଲେ ଅଧ୍ୟକ୍ଷା

ଖୋର୍ଦ୍ଧା , ୪।୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପିଏମ୍‌ଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟରେ ଦୂଷିତ ପାଣି ବ୍ୟବହାର କରି ଜଣ୍ଡିସ ଆକ୍ରାନ୍ତ ଘଟଣାରେ ପ୍ରିନ୍ସିପଲ ଡ. କବିତା କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri