୨୦ଜଣଙ୍କୁ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ ପୁରସ୍କାର

ଭୁବନେଶ୍ୱର, ୧୪ା୧୨(ବ୍ୟୁରୋ): ଟାଟା ଷ୍ଟିଲ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ (ୟାଟ୍‌ସ) ୨୦୧୯-୨୦ର ପୁରସ୍କାର ବିତରଣ ଉତ୍ସବ ଶୁକ୍ରବାର ପଠାଣି ସାମନ୍ତ ପ୍ଲାନେଟାରିୟମରେ ଅନୁଷ୍ଠିତ ହୋଇଯାଇଛି। ୟାଟ୍‌ସ ୨୦୧୯-୨୦ର ବିଷୟବସ୍ତୁ ଥିଲା ‘ବ୍ରହ୍ମାଣ୍ଡର ଚମତ୍କାରକୁ ଉଜାଗର କରିବା’। ଏଥିରେ ସାରା ରାଜ୍ୟର ୩୦୦ ବିଦ୍ୟାଳୟର ମୋଟ ୬୨ ହଜାର ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ଶ୍ରେଷ୍ଠ ୨୦ ବିଜେତାଙ୍କୁ ପୁରସ୍କୃତ କରାଯାଇଥିଲା। ଆସନ୍ତା ୨୦୨୦ ମେ’ରେ ୨୦ ବିଜେତାଙ୍କୁ ଗୋଟିଏ ସପ୍ତାହ ପାଇଁ ଇସ୍ରୋ ପରିଦର୍ଶନରେ ନିଆଯିବ। ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ବିଜେତାଙ୍କୁ ପୁରସ୍କୃତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୟାଟ୍‌ସ କାର୍ଯ୍ୟକ୍ରମ ଜ୍ୟୋତିର୍ବିଜ୍ଞାନ ଓ ମହାକାଶ ବିଜ୍ଞାନ କ୍ଷେତ୍ରରେ ପିଲାଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବା ପାଇଁ ଏକ ପ୍ଲାଟ୍‌ଫର୍ମ ଭାବେ ପ୍ରତିପାଦିତ ହୋଇପାରିଛି। ଏହା ଦେଶର ଜ୍ୟୋତିର୍ବିଜ୍ଞାନ ଓ ମହାକାଶ ବିଜ୍ଞାନର ଗବେଷଣା ଓ ବିକାଶ କ୍ଷେତ୍ରରେ ସହାୟକ ହେବ।
କାର୍ଯ୍ୟକ୍ରମରେ ରାଜ୍ୟ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସମ୍ମାନିତ ଅତିଥିଭାବେ ଯୋଗଦେଇ ବିଜେତାଙ୍କୁ ଅଭିନନ୍ଦନ ଜଣାଇବା ସହ କହିଥିଲେ ଯେ, ରାଜ୍ୟରେ ଖୁବ୍‌ଶୀଘ୍ର ୧୦ ଜିଲାରେ ୧୦ଟି ସାଇନ୍ସ ପାର୍କ କରାଯିବ। ପରେ ପରେ ରାଜ୍ୟର ସମସ୍ତ ଜିଲାରେ ସାଇନ୍ସ ପାର୍କ କରିବାକୁ ମଧ୍ୟ ଯୋଜନା ରହିଛି। ଏଥିସହିତ ୬ ଜିଲା ଯଥା- ବାରିପଦା, ଗୋପାଳପୁର, ରାୟଗଡ଼ା, କେନ୍ଦୁଝର, ବଲାଙ୍ଗୀର ଓ ରାଉରକେଲାଠାରେ ପ୍ଲାନେଟାରିୟମ କରାଯିବ ବୋଲି କହିଛନ୍ତି। ଟାଟା ଷ୍ଟିଲର ସିଇଓ ତଥା ପରିଚାଳନା ନିର୍ଦେଶକ ଟି. ଭି. ନରେନ୍ଦ୍ରନ୍‌ କହିଥିଲେ ଯେ, ଜ୍ୟୋତିର୍ବିଦ୍ୟା ଏବଂ ମହାକାଶ ବିଜ୍ଞାନ କ୍ଷେତ୍ରରେ ଆମ ଦେଶ ଉଲ୍ଲେଖନୀୟ ପଦକ୍ଷେପ ଗ୍ରହଣ କରିଛି। ଯୁବପିିଢ଼ିଙ୍କୁ ପ୍ରଯୁକ୍ତି ଓ ଉଦ୍‌ଭାବନ କ୍ଷେତ୍ରରେ ନିଜର ଆଗ୍ରହ ଓ ଜ୍ଞାନକୁ ବଢ଼ାଇବା ଲାଗି ଉତ୍ସାହିତ କରିବା ଦିଗରେ ଏହା ଏକ ଉଦ୍ୟମ। ଆସନ୍ତା ବର୍ଷଗୁଡ଼ିକରେ ଟାଟା ଷ୍ଟିଲ ଏହି ଅଭିଯାନକୁ ଆହୁରି ଆଗକୁ ନେବାକୁ ପ୍ରତିବଦ୍ଧ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଶିଷ୍ଟ ଗବେଷକ, ବୈଜ୍ଞାନିକ ତଥା ଇନଷ୍ଟିଚ୍ୟୁଟ ଅଫ୍‌ ଫିଜିକ୍ସ ଓ ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ୍‌ ସାଇନ୍ସ ଏଜୁକେଶନ ଆଣ୍ଡ୍‌ ରିସର୍ଚ୍ଚ (ନାଇଜର)ର ନିର୍ଦ୍ଦେଶକ ଡ. ସୁଧାକର ପଣ୍ଡାଙ୍କୁ ସମ୍ବର୍ଦ୍ଧିତ କରିଥିଲେ। କାର୍ଯ୍ୟକ୍ରମରେ ଆୟୋଜିତ ଏକ ମତ ବିନିମୟ ଅଧିବେଶନରେ ଡ. ପଣ୍ଡା ୟାଟ୍‌ସର ବିଜେତାଙ୍କୁ ଉଦବୋଧନ ଦେଇଥିଲେ। ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗର ଅତିରିକ୍ତ ସଚିବ ତଥା ପଠାଣି ସାମନ୍ତ ପ୍ଲାନେଟାରିୟମ ନିର୍ଦ୍ଦେଶକ ରସିଦ ଖାନ ସ୍ବାଗତ ଭାଷଣ ପ୍ରଦାନ କରିଥିବାବେଳେ ଟାଟା ଷ୍ଟିଲ କର୍ପୋରେଟ ସେବା ବିଭାଗର ଉପସଭାପତି ଚାଣକ୍ୟ ଚୌଧାରୀ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

ଆଜିଠୁ ଖରାଛୁଟି

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି...

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri