୨୦ନଂ.ଏନ୍‌ଏଚ୍‌ରେ ସିରିଜ୍‌ ଦୁର୍ଘଟଣା: ପଛକୁ ପଛ ପିଟିହେଲା ୩ ଟ୍ରକ୍‌, ଚାପିହୋଇ ରହିଛନ୍ତି ୨ ଡ୍ରାଇଭର, ଜଣେ ଗୁରୁତର

କେନ୍ଦୁଝର,୧୮।୧ (ସ୍ବ.ପ୍ର.): କେନ୍ଦୁଝର ଜିଲା ୨୦ନଂ. ଜାତୀୟ ରାଜପଥରେ ଶନିବାର ସକାଳେ ସିରିଜ୍‌ ଟ୍ରକ୍‌ ଦୁର୍ଘଟଣା ଘଟିଛି। ପଛକୁ ପଛ ୩ ଆଇରନ ବୋଝେଇ ଟ୍ରକ୍‌ ପିଟିହୋଇ ୨ ଡ୍ରାଇଭର ଚାପିହୋଇ ରହିଥିବା ବେଳେ ଅନ୍ୟ ଜଣେ ଡ୍ରାଇଭରଙ୍କୁ ଗୁରୁତର ହୋଇଛନ୍ତି। ଦୁର୍ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ଓ ଓଡ୍ରାଫ ଟିମ୍‌ ପହଞ୍ଚି ଚାପିହୋଇ ରହିଥିବା ଡ୍ରାଇଭରଙ୍କୁ ଉଦ୍ଧାର କରିବା ଲାଗି ଉଦ୍ୟମ ଚଳାଇଛନ୍ତି।
ପ୍ରକାଶ ଯେ, ସକାଳେ ଜାତୀୟ ରାଜପଥର ପୁରୁଣା ସହର ସିଦ୍ଧମଠ ନିକଟରେ ଠିଆ ହୋଇଥିବା ଟ୍ରକ୍‌କୁ ପଛରୁ ଆସୁଥିବା ଏକ ଟ୍ରକ୍‌ ଧକ୍କା ଦେଇଥିଲା। ପରେ ଆଉ ଏକ ଟ୍ରକ୍‌ ଉକ୍ତ ଟ୍ରକ୍‌କୁ ପଛରୁ ଧକ୍କା ଦେଇଥିଲା। ଏଥିରେ ପ୍ରଥମ ଟ୍ରକ୍‌ର ଡ୍ରାଇଭର ଗୁରୁତର ହୋଇଥବା ବେଳେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାରକରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ତେବେ ପଛରେ ଥିବା ୨ ଟ୍ରକ୍‌ର ଡ୍ରାଇଭର ଷ୍ଟିଅରିଂରେ ଚାପିହୋଇ ରହିଥିବା ବେଳେ ସ୍ଥାନୀୟ ଲୋକେ ଓ ଅଗ୍ନିଶମ ବିଭାଗ କର୍ମଚାରୀମାନେ ତାଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ ଜାରି ରଖିଛନ୍ତି। ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଅପରେସନ୍ ବ୍ଲାକ୍‌ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ

ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ…

ବିଦ୍ରୋହୀ ରାଜା

୧୯୮୯ରେ ଆମେରିକାରେ ଗ୍ରୀଷ୍ମଋତୁ (ଜୁନ-ଅଗଷ୍ଟ)ରେ ଫ୍ରାନ୍ସିସ ଫୁକୁୟାମା ‘ଇତିହାସର ଶେଷ’ ସିଦ୍ଧାନ୍ତ ଉପସ୍ଥାପନ କରିଥିଲେ। ତାଙ୍କ ଦୃଷ୍ଟିକୋଣରେ ଉଦାରବାଦୀ ଗଣତାନ୍ତ୍ରିକ ପୁଞ୍ଜିବାଦ ବା ପାଶ୍ଚାତ୍ୟ ଉଦାରବାଦ ଗଣତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri