୨୦ରୁ ଅଧିକ ଦେଶରେ ଲକ୍‌ଡାଉନ୍‌: ୧୨୦କୋଟି ଲୋକ ଘରେ ବନ୍ଦ

ଓ୍ବାଶିଂଟନ,୨୧।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ପୃଥିବୀରେ ୨୦ଟିରୁ ଅଧିକ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛ। ଚାଇନା, ଇଟାଲି, ସ୍ପେନ୍‌, ଫ୍ରାନ୍ସ୍‌, ଅୟାରଲାଣ୍ଡ୍‌, ଡେନମାର୍କ, ଅଲ୍‌-ସାଲଭାଡୋର, ଜର୍ମାନୀ, ବ୍ରିଟେନ୍‌, ବେଲଜିଅମ୍‌, ଆର୍ଜେଣ୍ଟିନା, ଭଟିକାନ୍‌ ସିଟି, ନରଓ୍ବେ, ଇରାନ, ଦକ୍ଷିଣକୋରିଆ, ହଂକଂ, ଇଣ୍ଡୋନେସିଆ ଆଦି ଦେଶରେ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏହାଦ୍ୱାରା ୧୨୦ କୋଟିରୁ ଅଧିକ ଲୋକ ଘରେ ବନ୍ଦ ରହିବାକୁ ବାଧ୍ୟ ହୋଇଛନ୍ତି। ଏହା ସହିତ ୫୦ରୁ ଅଧିକ ଦେଶରେ କେତେକ ସହରକୁ ଲକ୍‌ଡାଉନ୍‌ କରାଯାଇଛି। ଚାଇନାରେ ଲକ୍‌ଡାଉନ୍‌ ଯୋଗୁ ୭୮ କୋଟି ଲୋକ ଘରେ ବନ୍ଦ ରହିଛନ୍ତି। ସେହିପରି ଇଟାଲିରେ ୬ କୋଟିରୁ ଅଧିକଙ୍କ କ୍ଷେତ୍ରରେ ଏଭଳି ଅବସ୍ଥା ଦେଖିବାକୁ ମିଳିଛି। ଆମେରିକା ପକ୍ଷରୁ କାଲିଫର୍ନିଆରେ ଲକ୍‌ଡାଉନ୍‌ ଘୋଷଣା ହୋଇଛି। ଫଳରେ ୪ କୋଟି ଲୋକ ଘରେ ବନ୍ଦ ହୋଇଯାଇଛନ୍ତି। ସେହିପରି ଫ୍ରାନ୍ସ୍‌ରେ ୬ କୋଟି ୭୦ ଲକ୍ଷ ଲୋକ ଘରେ ବନ୍ଦ ହୋଇଛନ୍ତି। ଏହାଯୋଗୁ ପୃଥିବୀର ବହୁ ସହର ଜନଶୂନ୍ୟ ହୋଇପଡ଼ିଛି। ରାସ୍ତାରେ କେବଳ ବୁଲା କୁକୁର, ଗୋରୁ ବୁଲୁଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri