୨୦ରୁ ଊର୍ଦ୍ଧ୍ୱ ଗୋରୁ ଉଦ୍ଧାର, ୭ ଅଟକ

କାମାକ୍ଷାନଗର, ୨୦।୭(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅଞ୍ଚଳରୁ ତିଗିରିଆକୁ ଚାଲାଣ କରାଯାଉଥିବାବେଳେ ୨ଟି ଗୋରୁ ବୋଝେଇ ଗାଡ଼ିକୁ ଧରିଛନ୍ତି କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା କଣ୍ଟାପାଳ ଗ୍ରାମବାସୀ। ଏଥିରେ ସମ୍ପୃକ୍ତ ୭ ବେପାରୀଙ୍କୁ ପୋଲିସ ଜିମା ଦିଆଯାଇଛି। ଉଦ୍ଧାର ଗୋରୁଙ୍କୁ ସ୍ଥାନୀୟ ସ୍କୁଲରେ ରଖାଯାଇଛି।
ଶୁକ୍ରବାର ଅପରାହ୍ନରେ ୨ଟି ଟାଟା ଏସିଇ ଗାଡ଼ିରେ ୨୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ ଅତି ଦୟନୀୟ ଭାବେ ବାନ୍ଧି ଚାଲାଣ କରାଯାଉଥିଲା। ଏହା ଦେଖିବା ପରେ ଗ୍ରାମବାସୀ ଉଭୟ ଗାଡ଼ିକୁ ଅଟକ ରଖିଥିଲେ। ଉଦ୍ଧାର ଗୋରୁଙ୍କ ମଧ୍ୟରୁ ଅନେକ ଗୁରୁତର ଅଛନ୍ତି। ଜବତ ହୋଇଥିବା ଗୋଟିଏ ଗାଡ଼ି ଓଡି ୦୫ ଏଏଲ୍‌ ୬୨୧୨ ନମ୍ବର ବିଶିଷ୍ଟ ହୋଇଥିବାବେଳେ ଏବଂ ଅନ୍ୟଟି ନମ୍ବରବିହୀନ। ଗୋରୁମାନଙ୍କୁ ପରଜଙ୍ଗରୁ କଣ୍ଟାପାଳ ଗଁା ଦେଇ ତିଗିରିଆ ଚାଲାଣ କରାଯାଉଥିଲା। ଉଭୟ ଗାଡ଼ିକୁ ଧରିବା ପରେ ଥାନାକୁ ସୂଚନା ଦିଆଯାଇଥିଲା। ହେଲେ କୌଣସି କର୍ମଚାରୀ ଆସି ନ ଥିବା ଲୋକମାନେ କହିଛନ୍ତି। ଏ ସଂକ୍ରାନ୍ତରେ ଥାନାଧିକାରୀ ବିଷ୍ଣୁଚରଣ ବାରିକ କୁହନ୍ତି, ସେ ଏବେ ପାଟକୁରା ନିର୍ବାଚନ ଡ୍ୟୁଟିରେ ବ୍ୟସ୍ତ ଅଛନ୍ତି। ସୂଚନା ପାଇବା ପରେ ଗୋରୁଙ୍କୁ ପୋଲିସ ଜିମା ଦେବାକୁ କୁହାଯାଇଛି। ଅଟକ ଗୋରୁ ବ୍ୟବସାୟୀଙ୍କୁ ପଚରାଉଚୁରା କରାଯାଉଛି। ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri