୨୦ରୁ ଖଣି ବନ୍ଦ ଆନ୍ଦୋଳନ ଚେତାବନୀ

ତାଳଚେର, ୧୯ା୮ (ନି.ପ୍ର.) ଭରତପୁର କୋଇଲା ଖଣି ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ଶ୍ରମିକଙ୍କ ପରିବାରକୁ କ୍ଷତିପୂରଣ ଓ ନିଯୁକ୍ତି ଦେବାରେ ଏମ୍‌ସିଏଲ ବିଫଳ ହେବା ଓ ପ୍ରତିଶ୍ରୁତି କାର୍ଯ୍ୟକାରୀ କରୁ ନ ଥିବା ଅଭିଯୋଗ କରିଛି ତାଳଚେର ସୁରକ୍ଷା ମଞ୍ଚ। ଏହା ପ୍ରତିବାଦରେ ଆସନ୍ତା ୨୦ ତାରିଖରୁ ତାଳଚେର କୋଲ ଫିଲ୍ଡସର ସମସ୍ତ କୋଇଲା ଖଣି ବନ୍ଦ ଆନ୍ଦୋଳନ କରାଯିବ ବୋଲି ମଞ୍ଚ ତରଫରୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ରବିବାର ବଲଣ୍ଡା ଶିବମନ୍ଦିର ପ୍ରାଙ୍ଗଣରେ ଏକ ଜରୁରୀ ବୈଠକ ବସିଥିଲା। ସଂଘ ସଭାପତି ମୁରଲୀଧର ସାହୁ ଏଥିରେ ଅଧ୍ୟକ୍ଷତା କରି କହିଲେ, ଭରତପୁର କୋଇଲା ଖଣି ଦୁର୍ଘଟଣାରେ ମୃତ ଶ୍ରମିକଙ୍କ ପରିବାରକୁ ୨ଟି କିସ୍ତିରେ ଅଗଷ୍ଟ ୧୦ ମଧ୍ୟରେ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ଓ ନିଯୁକ୍ତି ଦେବାକୁ ପ୍ରତିଶ୍ରୁତି ଦିଆଯାଇଥିଲା। କିନ୍ତୁ ୧୦ ତାରିଖ ବିତି ଯାଇଥିଲେ ମଧ୍ୟ ସମ୍ପୂର୍ଣ୍ଣ କ୍ଷତିପୂରଣ ଓ ନିଯୁକ୍ତି ମିଳି ପାରିନାହିଁ। ଏମସିଏଲର ଏଭଳି ମନୋଭାବକୁ ନେଇ ବୈଠକରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତୁରନ୍ତ ଅବଶିଷ୍ଟ କ୍ଷତିପୂରଣ ଓ ନିଯୁକ୍ତି ଦିଆ ନ ଗଲେ ୨୦ରୁ ତାଳଚେରର ସମସ୍ତ କୋଇଲା ଖଣି ବନ୍ଦ କରାଯାଇ କୋଇଲା ଉତ୍ତୋଳନ, ପରିବହନ କାର୍ଯ୍ୟ ସହ ସମସ୍ତ କାର୍ଯ୍ୟାଳୟକୁ ଅଚଳ କରାଯିବ ବୋଲି ମଞ୍ଚ ପକ୍ଷରୁ ସ୍ଥିର ହୋଇଛି। ଏ ସମ୍ପର୍କରେ ଅନୁଗୋଳ ଜିଲା ପ୍ରଶାସନକୁ ଲିଖିତ ଭାବେ ଅବଗତ କରାଯାଇଥିବା ସଭାପତି ପ୍ରକାଶ କରିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ନରହରି ସାହୁ, ସନ୍ତୋଷ ପ୍ରଧାନ, ସରପଞ୍ଚ ଅବନିକାନ୍ତ ଦେହୁରୀ, ରାଜେଶ ଦାସ, ମୃତକଙ୍କ ପରିବାରଙ୍କ ସମେତ ୪ଟି ଗ୍ରାମର ବାସିନ୍ଦା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ଅଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri