୨୦ରୁ ଖଣି ବନ୍ଦ ଆନ୍ଦୋଳନ ଚେତାବନୀ

ତାଳଚେର, ୧୯ା୮ (ନି.ପ୍ର.) ଭରତପୁର କୋଇଲା ଖଣି ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ଶ୍ରମିକଙ୍କ ପରିବାରକୁ କ୍ଷତିପୂରଣ ଓ ନିଯୁକ୍ତି ଦେବାରେ ଏମ୍‌ସିଏଲ ବିଫଳ ହେବା ଓ ପ୍ରତିଶ୍ରୁତି କାର୍ଯ୍ୟକାରୀ କରୁ ନ ଥିବା ଅଭିଯୋଗ କରିଛି ତାଳଚେର ସୁରକ୍ଷା ମଞ୍ଚ। ଏହା ପ୍ରତିବାଦରେ ଆସନ୍ତା ୨୦ ତାରିଖରୁ ତାଳଚେର କୋଲ ଫିଲ୍ଡସର ସମସ୍ତ କୋଇଲା ଖଣି ବନ୍ଦ ଆନ୍ଦୋଳନ କରାଯିବ ବୋଲି ମଞ୍ଚ ତରଫରୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ରବିବାର ବଲଣ୍ଡା ଶିବମନ୍ଦିର ପ୍ରାଙ୍ଗଣରେ ଏକ ଜରୁରୀ ବୈଠକ ବସିଥିଲା। ସଂଘ ସଭାପତି ମୁରଲୀଧର ସାହୁ ଏଥିରେ ଅଧ୍ୟକ୍ଷତା କରି କହିଲେ, ଭରତପୁର କୋଇଲା ଖଣି ଦୁର୍ଘଟଣାରେ ମୃତ ଶ୍ରମିକଙ୍କ ପରିବାରକୁ ୨ଟି କିସ୍ତିରେ ଅଗଷ୍ଟ ୧୦ ମଧ୍ୟରେ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ଓ ନିଯୁକ୍ତି ଦେବାକୁ ପ୍ରତିଶ୍ରୁତି ଦିଆଯାଇଥିଲା। କିନ୍ତୁ ୧୦ ତାରିଖ ବିତି ଯାଇଥିଲେ ମଧ୍ୟ ସମ୍ପୂର୍ଣ୍ଣ କ୍ଷତିପୂରଣ ଓ ନିଯୁକ୍ତି ମିଳି ପାରିନାହିଁ। ଏମସିଏଲର ଏଭଳି ମନୋଭାବକୁ ନେଇ ବୈଠକରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତୁରନ୍ତ ଅବଶିଷ୍ଟ କ୍ଷତିପୂରଣ ଓ ନିଯୁକ୍ତି ଦିଆ ନ ଗଲେ ୨୦ରୁ ତାଳଚେରର ସମସ୍ତ କୋଇଲା ଖଣି ବନ୍ଦ କରାଯାଇ କୋଇଲା ଉତ୍ତୋଳନ, ପରିବହନ କାର୍ଯ୍ୟ ସହ ସମସ୍ତ କାର୍ଯ୍ୟାଳୟକୁ ଅଚଳ କରାଯିବ ବୋଲି ମଞ୍ଚ ପକ୍ଷରୁ ସ୍ଥିର ହୋଇଛି। ଏ ସମ୍ପର୍କରେ ଅନୁଗୋଳ ଜିଲା ପ୍ରଶାସନକୁ ଲିଖିତ ଭାବେ ଅବଗତ କରାଯାଇଥିବା ସଭାପତି ପ୍ରକାଶ କରିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ନରହରି ସାହୁ, ସନ୍ତୋଷ ପ୍ରଧାନ, ସରପଞ୍ଚ ଅବନିକାନ୍ତ ଦେହୁରୀ, ରାଜେଶ ଦାସ, ମୃତକଙ୍କ ପରିବାରଙ୍କ ସମେତ ୪ଟି ଗ୍ରାମର ବାସିନ୍ଦା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri