୨୦ରୁ ହେବ ଧାନ କିଣା

ପଦ୍ମପୁର, ୧୧।୧୨(ଡି.ଏନ.ଏ.)-ବାସୁଦେବପୁର ବ୍ଲକ ରାଜଘରପୋଖରୀ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳଠାରେ ବାଲିମେଦ ସେବା ସମବାୟ ସମିତିର ୬୨ତମ ସାଧାରଣ ବାର୍ଷିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଭଦ୍ରକ ଏଆର୍‌ସିଏସ୍‌ ସ୍ବାତୀବାଳା ମହାପାତ୍ର, ବାଲେଶ୍ୱର-ଭଦ୍ରକ ସମବାୟ ବ୍ୟାଙ୍କର ବାସୁଦେବପୁର ଶାଖା ପରିଚାଳକ ନରେନ୍ଦ୍ରନାଥ ବିହାରୀ, ବାଲିମେଦ ସରପଞ୍ଚ ପ୍ରଫୁଲ୍ଲ କୁମାର ପଳିତା, ବିରସ ସରପଞ୍ଚ ଦୟାନିଧି ଦାସ, ଆନ୍ଦୋଳା ସରପଞ୍ଚଙ୍କ ପ୍ରତିନିଧି ଜଗବନ୍ଧୁ ଖିଲାର, ସେବା ସମବାୟର ସଭାପତି ଉତ୍ତମ କୁମାର ପାତ୍ର ଓ ଉପସଭାପତି ଜାନକୀ ନାୟକ ପ୍ରମୁଖ ଯୋଗ ଦେଇଥିଲେ। ସମ୍ପାଦକ ଶ୍ରୀଧର ପ୍ରସାଦ ନାୟକ ବାର୍ଷିକ ବିବରଣୀ ପାଠ କରିଥିଲେ। ଏହି ସେବା ସମବାୟ ସମିତି ରାଜଘରପୋଖରୀ, ବାଲିମେଦ, ଆନ୍ଦୋଳା, ଜଗନ୍ନାଥପ୍ରସାଦ ଓ ବିରସ ପଞ୍ଚାୟତର ଚାଷୀଙ୍କ ଧାନକ୍ରୟ କରୁଥିବାବେଳେ ଚଳିତବର୍ଷ ୧୨୦୮ଜଣ ଚାଷୀ ଅନ୍‌ଲାଇନରେ ଧାନ ବିକ୍ରୟ କରିବା ପାଇଁ ପଞ୍ଜୀକରଣ କରିଛନ୍ତି। ଧାନ ସଂଗ୍ରହ କରି ମହଜୁଦ ରଖିବାକୁ ସୋସାଇଟିର ଗୋଦାମ ନ ଥିବାରୁ ଚାଷୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବୋଲି ଉଚ୍ଚ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଚଳିତବର୍ଷ ଆସନ୍ତା ୨୦ ତାରିଖଠାରୁ ଧାନ କିଣାଯିବା ପାଇଁ ସ୍ଥିର କରାଯାଇଛି। ୨୦୦ ଚାଷୀଙ୍କର ନାମ ସିଦ୍ଧାନ୍ତ କରି ପ୍ରଥମ ଦଫାରେ ଧାନ କ୍ରୟ ଲାଗି ସମ୍ପାଦକଙ୍କୁ ତାଲିକା ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

୭ରୁ ୧୩ ସେପ୍ଟେମ୍ୱର ଯାଏ ଏହି ୪ରାଶିଙ୍କୁ ମିଳିବ ବଡ଼ ଲାଭ; ହୁ ହୁ ହୋଇ ବଢିବ ଇନକମ୍‌, ଘରକୁ ଆସିବ ଖୁସି ଖବର

ସେପ୍ଟେମ୍ୱର ମାସର ଦ୍ୱିତୀୟ ସପ୍ତାହ କିଛି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଖୁସି ଏବଂ ସଫଳତାର ଉପହାର ନେଇ ଆସିଛି। ଏହି ସମୟ ମଧ୍ୟରେ ମନମୁତାବକ ଲାଭ ମିଳିବା…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri