୨୦ରେ ପାଟକୁରା ନିର୍ବାଚନ: ନବୀନ ନିବାସରେ ନେତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବୈଠକ, ପ୍ରଚାର କାର୍ଯ୍ୟ ବିଷୟରେ ପଚାରି ବୁଝିଲେ

ଭୁବନେଶ୍ୱର,୮।୭(ବ୍ୟୁରୋ): ଆସନ୍ତା ୨୦ରେ ପାଟକୁରା ନିର୍ବାଚନ। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ନବୀନ ନିବାସରେ ବୈଠକ କରିଛନ୍ତି। ଏଥିରେ ସେ ନିର୍ବାଚନ ଦାୟିତ୍ୱରେ ଥିବା ନେତାଙ୍କ ସହ ଆଲୋଚନା କରିଛନ୍ତି। ପାଟକୁରା ନେଇ ରଣନୀତି ସହ ତଳସ୍ତରରେ କିଭଳି ପ୍ରଚାର ଚାଲିଛି ସେ ନେଇ ପଚାରି ବୁଝିଛନ୍ତି ନବୀନ। ନିର୍ବାଚନରେ ଦଳ ତରଫରୁ ଦାୟିତ୍ୱରେ ଥିବା ବରିଷ୍ଠ ନେତାମାନଙ୍କୁ ସେ ମନ୍ତ୍ରଣା ଦେଇଛନ୍ତି। ବୈଠକରେ ରାଜା ସ୍ବାଇଁ, ଅତନୁ ସବ୍ୟସାଚୀ ନାୟକ, କିଶୋର ତରାଇ, ସୁଶାନ୍ତ ସିଂ ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଚତୁର୍ଥ ପର୍ଯ୍ୟାୟରେ ପାଟକୁରା ନିର୍ବାଚନମଣ୍ଡଳୀ ନିର୍ବାଚନ ଲାଗି ଦିନଧାର୍ଯ୍ୟ କରାଯାଇଥିଲା। ହେଲେ ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ ପରେ ନିର୍ବାଚନ ସ୍ଥଗିତ ହୋଇଥିଲା। ପରବର୍ତ୍ତୀ ସମୟରେ ମେ ୧୯ରେ ର୍ନିବାଚନ ହୋଇଥାନ୍ତା, ମାତ୍ର ବାତ୍ୟା ‘ଫନୀ’ ପାଇଁ ନିର୍ବାଚନକୁ ପୁଣି ୨ ମାସ ଘୁଞ୍ଚାଇ ଦିଆଯାଇଥିଲା। ଏ ନେଇ ଗୁରୁବାର ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ଆସନ୍ତା ୨୦ ତାରିଖରେ ଏହି ଆସନ ଲାଗି ଭୋଟ ଗ୍ରହଣ କରାଯିବ। ସେହିଭଳି ଜୁଲାଇ ୨୪ରେ ଭୋଟଗଣତି, ୨୬ ସୁଦ୍ଧା ନିର୍ବାଚନର ସମସ୍ତ ପ୍ରକ୍ରିୟା ଶେଷ ହେବ ବୋଲି ଧାର୍ଯ୍ୟ ହୋଇଛି। ତାରିଖ ଘୋଷଣା ସହ ଜିଲାରେ ଆଦର୍ଶ ଆଚରଣ ବିଧି ଲାଗୁ କରାଯାଇଛି। ତେବେ ଏହି ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଭାବେ ସାବିତ୍ରୀ ଅଗ୍ରଓ୍ବାଲ ଏବଂ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri