୨୦ରେ ଲଘୁଚାପ, ଏଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୫ା୯(ବ୍ୟୁରୋ): ଆସନ୍ତା ୧୮ ତାରିଖରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୦ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୦ରୁ ୨୩ ତାରିଖ ଯାଏ ଦକ୍ଷିଣ ଏବଂ ଉପକୂଳ ଓଡିଶାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସତର୍କ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ମୟୂଭରଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଏବଂ ବାଲେଶ୍ୱର ଜିଲାର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୭ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, କଟକ, ଗଞ୍ଜାମ ଏବଂ ବାଲେଶ୍ୱର ଜିଲାରେ ଘଡଘଡି ସହ ବର୍ଷା ହେବ ବୋଲି ସୂଚନା ଦିଆଯାଇଛି। ମୌସୁମୀ ଦୁର୍ବଳ ଯୋଗୁ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଳ୍ପ କେତେକ ସ୍ଥାନରେ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ପୁରୀରେ ସର୍ବାଧିକ ୩୬.୪ ମିଲିମିଟର ହୋଇଥିବା ବେଳେ ପାରାଦୀପରେ ୩୧.୪ ଏବଂ ଯାଜପୁରରେ ୧୮ ମିଲିମିଟର ବର୍ଷା ରେକର୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ…

ପ୍ରଥମ ଦିନରେ ସିଂହାରିନି ଦଳ ବିଜୟୀ: ଆଜି ହେବ ଫାଇନାଲ ମୁକାବିଲା

ଗଞ୍ଜାମ,୩୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ସୋମବାର…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

ବେଲଗଛରେ ଛୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ

ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା…

ବିଧାୟିକା, ଅଧ୍ୟକ୍ଷଙ୍କ ପୁତ୍ତଳିକା ପୋଡ଼ି ବିକ୍ଷୋଭ: ଭାଜପା କହିଲା ଗୁଣ୍ଡାରାଜ କଥା ଆସିଲାବେଳକୁ ବିଜେଡି…

କେସିଙ୍ଗା,୩୧।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନମଣ୍ଡଳୀର ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଭାରପ୍ରାପ୍ତ ଅଧ୍ୟକ୍ଷ ମୁନା ମହାନ୍ତି ତହସିଲଦାରଙ୍କୁ ଧମକ ଦେବା…

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri